sanjaya biswal ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର ସଞ୍ଜୟ କୁମାର ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ମିଳିଛି। ତାଙ୍କ ସ୍ଥାନରେ ଆଇଏଏସ୍‌ ଅଫିସର ସୁନ୍ଦର ମାଧବ ପାଢ଼ୀଙ୍କୁ ଓଏସ୍‌ଆର୍‌ଟିସି ଜେନେରାଲ ମ୍ୟାନେଜର ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିପରି ସୁନ୍ଦର ମାଧବଙ୍କୁ ଓଡ଼ିଶା ମାରିଟାଇମ ବୋର୍ଡର ମୁଖ୍ୟ ପରିଚାଳନା ଅଧିକାରୀ ଭାବେ ଦାୟିତ୍ୱ ମିଳିଛି। ସେହିପରି ଓଡ଼ିଶା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଥିବା ଆଇଏଏସ୍‌ ଅଫିସର ବୀରେନ୍ଦ୍ର କୋରକରାଙ୍କୁ ଗୃହ ବିଭାଗ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। କୋରକୋରାଙ୍କ ସ୍ଥାନରେ ଓବିସି ନିର୍ଦ୍ଦେଶକ ଥିବା ଆଇଏଏସ୍‌ ଅଫିସର ଯୁଗଳେଶ୍ୱରୀ ଦାସଙ୍କୁ ମାଧ୍ୟମିକ ଶିକ୍ଷା ପରିଷଦର ନିର୍ଦ୍ଦେଶକ ଭାବେ ନୂଆ ନିଯୁକ୍ତି ମିଳିଛି। ଗୃହ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର ଆରାଧନା ଦାସଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି। ଅବକାରୀ ବିଭାଗ ଅତିରିକ୍ତ ସଚିବ ଥିବା ଆଇଏଏସ୍‌ ଅଫିସର ଅର୍ଚ୍ଚନା ଦାସ ପଟ୍ଟନାୟକଙ୍କୁ ଆୟୁଷ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଆୟୁଷ ନିର୍ଦ୍ଦେଶକ ଥିବା ଆଇଏଏସ୍‌ ଅଫିସର ଅଞ୍ଜନା ପଣ୍ଡାଙ୍କୁ ଅବକାରୀ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି।

  • Related Posts

    ସୋମବାର ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ଉଦ୍‌ଘାଟନ

    ଭୁବନେଶ୍ୱର: ଅକ୍ଟୋବର ମାସ ୧୨ ତାରିଖ ସୋମବାର ଦିନ ବହୁ ପ୍ରତୀକ୍ଷିତ କଟକଚଣ୍ଡୀ ମନ୍ଦିରର ନବକଳେବର ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ଘାଟନ କରିବେ। ମାଆ କଟକ ଚଣ୍ଡୀଙ୍କ ମନ୍ଦିରର କାୟାକଳ୍ପ ଓ ଚତୁଃପାର୍ଶ୍ୱର ଉନ୍ନତିକରଣ ପାଇଁ ପ୍ରାୟ ୭୦…

    Continue reading
    ଭୋଟର ତାଲିକାରେ ନାମ ସାମିଲ ପାଇଁ ୩୩,୫୧୫ଟି ଫର୍ମ-୬ ଆବେଦନ ଗ୍ରହଣ

    ୩ ଦିନରେ ରାଜ୍ୟବ୍ୟାପୀ ୨୬,୪୪୬ଟି ସ୍ୱତନ୍ତ୍ର ଶିବିର ଆୟୋଜନ ଭୁବନେଶ୍ୱର : ୧୦ ଅକ୍ଟୋବର ୨୦୨୬ ଭାରତ ନିର୍ବାଚନ ଆୟୋଗ (ଇସିଆଇ)ଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶାରେ ଭୋଟର ତାଲିକାରେ ନାମ ସାମିଲ କରିବା ଉଦ୍ଦେଶ୍ୟରେ ଅକ୍ଟୋବର ୭, ୮ ଓ ୯ ତାରିଖରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ