low pressure rain ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ

ଭୁବନେଶ୍ୱର:ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ସାରା ରାଜ୍ୟରେ ବର୍ଷାର ପ୍ରଭାବ ରହିବ। ଏହି ବର୍ଷା ୨ ତାରିଖ ପର୍ଯ୍ୟନ୍ତ ଅର୍ଥାତ୍‌ ପ୍ରାୟ ୭ ଦିନ ଧରି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା ପାଇଁ ଅତି ପ୍ରବଳ ବର୍ଷା ଆଶଙ୍କାରେ ଅରେଞ୍ଜ ୱାର୍ନିଂ ଜାରି ହୋଇଛି। ସେହିପରି କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ଗଜପତି, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତ୍‌ସିଂହପୁର, କଟକ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଓ ମାଲକାନଗିରିରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଏଥିପାଇଁ ଏହି ଜିଲାଗୁଡିକୁ ମଧ୍ୟ ସତର୍କ କରାଯାଇଛି। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ପବନର ବେଗ ବଢ଼ିବ। ସମୁଦ୍ରରେ ଘଣ୍ଟାପ୍ରତି ୪୦ରୁ ୫୦, ସର୍ବାଧିକ ୬୦ କିଲୋମିଟର ବେଗରେ ପବନ ବହିବା ଆଶଙ୍କା ରହିଛି। ଏଥିପାଇଁ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ୩୦ ଓ ୩୧ ତାରିଖରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।

  • Related Posts

    SUBHADRA MONEY ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା

    ନୟାଗଡ଼: ସୁଭଦ୍ରା ଯୋଜନା ଅର୍ଥ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୟାଗଡ଼ ଲାଠିପଡ଼ା ଟାଙ୍ଗି ପଡ଼ିଆ ସୁଭଦ୍ରା ମଞ୍ଚରୁ ପଠାଇଲେ ଟଙ୍କା । ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ଖାତାକୁ ଗଲା ।ଆଜି ମିଳିଛି ସୁଭଦ୍ରାର…

    Continue reading
    POLICE MEETING ଶନିବାର ରାଜ୍ୟ ପୁଲିସର ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ

    ରାଜ୍ୟରେ ଆଇନଶୃଙ୍ଖଳା ରକ୍ଷା ଓ ଅପରାଧ ନିୟନ୍ତ୍ରଣ ସମେତ ପୁଲିସ ଡିଜି-ଆଇଜି ସମ୍ମିଳନୀ-୨୦୨୫ରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିଗୁଡ଼ିକର ଅଗ୍ରଗତିର ସମୀକ୍ଷା ପାଇଁ ଆସନ୍ତା ଶନିବାର(୨୯ତାରିଖ) ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ