ସୁଧାକିରଣ ମହାବିଦ୍ୟାଳୟ ରେ ‘ଖେଲୋ ଇଣ୍ଡିଆ ସମ୍ବାଦ’ କାର୍ଯ୍ୟକ୍ରମ

ରାଇକିଆ: କନ୍ଧମାଳ ଜିଲ୍ଲାର ରାଇକିଆସ୍ଥିତ ସୁଧାକିରଣ ମହାବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡ଼ା ଦିବସ ଅବସରରେ ‘ଖେଲୋ ଇଣ୍ଡିଆ ସମ୍ବାଦ’ କାର୍ଯ୍ୟକ୍ରମ ମହାବିଦ୍ୟାଳୟ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।
ସମଗ୍ର ଭାରତ ସମେତ ଓଡ଼ିଶାର ଚୟନିତ କେତେକ ମହାବିଦ୍ୟାଳୟରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବାବେଳେ କନ୍ଧମାଳ ଜିଲ୍ଲାରୁ ରାଇକିଆ ସୁଧାକିରଣ ମହାବିଦ୍ୟାଳୟକୁ ଏଥିପାଇଁ ମନୋନୀତ କରାଯାଇଥିଲା। କାର୍ଯ୍ୟକ୍ରମରେ ମାନନୀୟ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିଧାସଳଖ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେବା ସହ ଛାତ୍ରଛାତ୍ରୀଙ୍କ ସହ ବାର୍ତ୍ତାଳାପ କରିଥିଲେ।ଏହି ଅବସରରେ କନ୍ଧମାଳ ଜିଲ୍ଲାରୁ ଫୁଟବଲ୍‌ରେ ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିଥିବା କ୍ରୀଡ଼ାବିତ୍‌ ରଞ୍ଜନ ବିନ୍ଧାଣୀଙ୍କୁ ମହାବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।ମୁଖ୍ୟ ଅତିଥି ଭାବେ ଖଜୁରୀପଡ଼ା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶୁଭମ ଦତ୍ତାତ୍ରେୟ ବାହିନୀପତି ଯୋଗଦେଇ କ୍ରୀଡ଼ାର ମହତ୍ତ୍ୱ ଓ ଛାତ୍ରଜୀବନରେ ଏହାର ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ନିଜକୁ ଶୃଙ୍ଖଳିତ ରଖି ନିରନ୍ତର ଅଧ୍ୟବସାୟ କଲେ ଜୀବନରେ ସଫଳତା ହାସଲ କରିହେବ ବୋଲି ସେ କହିଥିଲେ।ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ଯୁକ୍ତଦୁଇ ଅଧ୍ୟକ୍ଷ ଡ଼ଃ ଶ୍ୟାମସୁନ୍ଦର ଡାଙ୍ଗୁଆ, ଅଧ୍ୟାପକ ଧର୍ମେନ୍ଦ୍ର ଦିଗାଲ, ବିଭୂଷଣ ପ୍ରଧାନ, ଅଧ୍ୟାପିକା ବିଷ୍ଣୁପ୍ରିୟା ବେହେରା, ମାଇଁ ଭାରତର ଦୁଇଜଣ ସ୍ୱେଚ୍ଛାସେବୀ ନିହାର ରଞ୍ଜନ ପ୍ରଧାନ ଓ ଜଗନ ମଲ୍ଲିକଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଯୋଗଦେଇଥିଲେ।କାର୍ଯ୍ୟକ୍ରମ କୁ ଜାତୀୟ ସେବା ଯୋଜନାର ପ୍ରୋଗ୍ରାମ ଅଫିସର ଅଧ୍ୟାପକ ନୀଳାଞ୍ଚଳ ସାହୁ ପରିଚାଳନା କରିଥିଲେ.

ରିପୋର୍ଟର: ଦୁତି କୃଷ୍ଣ ପଣ୍ଡା

  • Related Posts

    ସଣ୍ଡେ ଅନ୍ ସାଇକେଲ’ ରାଲି ସହ ଉଦ୍‌ଯାପିତ ହେଲା ଜାତୀୟ କ୍ରୀଡ଼ା ଦିବସ

    ଭୁବନେଶ୍ୱର: ଏକ ସୁସ୍ଥ, ସବୁଜ ଏବଂ ଫିଟ୍ ଓଡ଼ିଶା ଗଢ଼ିବା ଲକ୍ଷ୍ୟରେ ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଜାତୀୟ କ୍ରୀଡ଼ା ଦିବସ ୨୦୨୬ ର ଉଦ୍‌ଯାପନୀ ଉତ୍ସବ ଅବସରରେ ‘ସଣ୍ଡେ ଅନ୍ ସାଇକେଲ’ କାର୍ଯ୍ୟକ୍ରମ ସଫଳତାର ସହ ଆୟୋଜିତ…

    Continue reading
    cm mohan majhi ପ୍ରଧାନମନ୍ତ୍ରୀଙ୍କ ‘ମନ୍ କି ବାତ୍’ ରାଷ୍ଟ୍ର ନିର୍ମାଣ ଓ ଯୁବଶକ୍ତି ପାଇଁ ଅସରନ୍ତି ପ୍ରେରଣାର ଉତ୍ସ: ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୩୭ ତମ ‘ମନ୍ କି ବାତ୍’ କାର୍ଯ୍ୟକ୍ରମ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ ଶ୍ରୀ ବାଲୁଙ୍କେଶ୍ୱର ମହାଦେବ ପୀଠ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ଯମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ପ୍ରଧାନମନ୍ତ୍ରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ