କଲା ପଞ୍ଚାୟତ ଡିଗ୍ରୀ କଲେଜରେ ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ

ଦେବଗଡ଼:ବାରକୋଟ ବ୍ଲକର କଲା ପଞ୍ଚାୟତ ଡିଗ୍ରୀ କଲେଜରେ ପ୍ରଧାନମନ୍ତ୍ରୀଙ୍କ ଖେଲୋ ଇଣ୍ଡିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।କଲେଜର ଅଧ୍ୟକ୍ଷ ଶାନ୍ତନୁ ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା ବିଜେପି ସଭାପତି ଅରୁଣ କୁମାର ସାହୁ ମୂଖ୍ୟ ଅତିଥି,ପିଏମଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ବୋଇଦପାଲିର ତୀରନ୍ଦାଜୀ କୋଚ ଟିକିଲି ମହାକୁଳ,ଜାତୀୟ ସ୍ତରର ତୀରନ୍ଦାଜ ସ୍ମୁତିରେଖା କିଶାନ ଓ ନାମସି ମୁଣ୍ଡା ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।ଜିଲ୍ଲା ଏନଏସଏସ ପ୍ରୋଗ୍ରାମ ଅଫିସର୍ ଅଧ୍ୟାପକ ଶେଖ୍ ନିଜ୍ଜ୍ଜମୁଦ୍ଦିଁନ ଅଲି ଓ ଦେବଗଡ଼ କଲେଜର ପଦାର୍ଥ ବିଜ୍ଞାନ ଅଧ୍ୟାପକ ବିକ୍ରମ କେଶରୀ ନାୟକ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେଇଥିଲେ।ଏହାପରେ ଛାତ୍ରଛାତ୍ରୀମାନଙ୍କୁ ପ୍ରଧାନମନ୍ତ୍ରୀ ଙ୍କ ବାର୍ତ୍ତାର ସିଧା ପ୍ରସାରଣ ପ୍ରଦର୍ଶିତ କରାଯାଇଥିଲା।କାର୍ଯ୍ୟକ୍ରମରେ ଏନଏସଏସ ପ୍ରୋଗ୍ରାମ ଅଫିସର୍ ଅଧ୍ୟାପକ ନବକୃଷ୍ଣ ବେହେରା, ଅଧ୍ୟାପିକା ସଂଘମିତ୍ରା ଦେହୁରୀ, ଅଧ୍ୟାପକ ସନ୍ଦୀପ୍ତ ପୁରୋହିତ, ସରୋଜ ବାରିକ୍,ମଦନ ପଲେଇ,ଭୁବନ ମହାନ୍ତ,ବୀରେନ୍ଦ୍ର ମାଝୀ,ଆଲୋକ ବେହେରା, ରିତୁନ ସାହୁ,ଧିରୋଜ ବାରିକ, ପ୍ରଶାନ୍ତ ପ୍ରଧାନ,ଅରୁଣ ଦଳବେହେରା,ପୀତବାସ ସାହୁ,ସଂଗୀତା ସାହୁ,ବିରେନ ପ୍ରଧାନ, ସଚିନ ସାହୁ, ଅଜିତ ମୁଖ୍ୟ ଉପସ୍ଥିତ ଥିଲେ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସଂସ୍କୃତ ଦିବସ ସପ୍ତାହ ପାଳିତ

    ସଂସ୍କୃତ ଭାଷାର ସୁରକ୍ଷା ଓ ପ୍ରଚାର ଉପରେ ଗୁରୁତ୍ୱାରୋପ ରାଇକିଆ, ୩୧।୮: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ସଂସ୍କୃତ ଦିବସ ସପ୍ତାହ ଉତ୍ସାହ ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟ ପକ୍ଷରୁ ସଂସ୍କୃତ ଭାଷାର ଗୁରୁତ୍ୱ,…

    Continue reading
    ଲଘୁଚାପଜନିତ ବର୍ଷାରେ ରାଇକିଆ ବେହାଲ

    ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ, ଯାତାୟାତ ପ୍ରଭାବିତ ରାଇକିଆ-୩୧-୨୬-କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଲାଗିରହିଛି। କେତେବେଳେ ଝିପିଝିପି ବର୍ଷା ତ ଆଉ କେତେବେଳେ ପ୍ରବଳ ବର୍ଷା ହେଉଥିବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ