RAIN WITH THUNDER STROME ସାରା ରାଜ୍ୟକୁ ଝଡ଼ବର୍ଷା ଆଲର୍ଟ

ସୃଷ୍ଟି ହେଲା ଲଘୁଚାପ। ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ ଘଣ୍ଟା ଯାଏଁ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତିକରି ଉତ୍ତର ଓଡିଶା -ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟକା ଦେଇ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟକୁ ଝଡ଼ବର୍ଷା ଆଲର୍ଟ। ବିଶେଷ କରି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଚେତାବନୀ ଜାରି ହୋଇଛି।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଜି ୬ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ଭୁବନେଶ୍ୱର ପାଣିପାଗ ବିଭାଗ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ। ଏହାସହ ଅନ୍ୟ ୨୪ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତାକାଲିଠୁ ବର୍ଷାର ପରିମାଣ ଆହୁରି ବଢ଼ିପାରେ। ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ରହିଛି।

  • Related Posts

    ଧରା ପଡ଼ିଲେ ୪ ଚୋର, ୯ଛେଳି ଓ ୨ଟି କାର ଜବତ

    ନିମାପଡ଼ା : ଶୁକ୍ରବାର ରାତ୍ରରେ ଚାରିଛକ ଥାନା ଅନ୍ତର୍ଗତ ଚଉରାଶି ଗ୍ରାମର ଜନୈକ ବ୍ୟକ୍ତିଙ୍କ ଗୁହାଳରୁ ଛେଳି ଚୋରୀ କରି ୨ଟି କାରରେ ନେବା ବେଳେ ଗ୍ରାମବାସୀଙ୍କ ହାତରେ ଧରା ପଡିଛନ୍ତି ୪ ଛେଳି ଚୋର। ଗ୍ରାମବାସୀ ମାନେ ଛେଳି ଚୋରଙ୍କୁ…

    Continue reading
    ଓଏଭି ରାଇକିଆରେ ଜାତୀୟ କ୍ରୀଡ଼ା ଦିବସ ପାଳିତ

    ‘ସମସ୍ତଙ୍କ ପାଇଁ କ୍ରୀଡ଼ା’ ବାର୍ତ୍ତା ନେଇ ସଚେତନତା ରାଲି ରାଇକିଆ-୨୯-୨୬-ମହାନ ହକି ଖେଳାଳି ତଥା ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅବସରରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ରାଇକିଆ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ