WRONG INJECTION ଭୁଲ୍ ଇଞ୍ଜେକସନ୍ ଲାଗି ଚାଲିଗଲା ରୋଗୀଙ୍କ ଜୀବନ

ନୂଆପଡ଼ା: ଡାକ୍ତରଙ୍କ ଭୁଲ୍ ଇଞ୍ଜେକସନ୍ ଲାଗି ଚାଲିଗଲା ରୋଗୀଙ୍କ ଜୀବନ, ଶବ ରଖି ପରିବାର ଲୋକଙ୍କ ଧାରଣା। ଏଭଳି ଅଭାବନୀୟ ଘଟଣାଦେଖିବାକୁ ମିଳିଛି ନୂଆପଡ଼ାରେ। ଅଭିଯୋଗ ଅନୁଯାୟୀ, ଗତ ୨୫ ତାରିଖ ଦିନ କୋମନା ବ୍ଲକ୍ ପେଣ୍ଡରାପଦର ଗାଁର ଲଛନ୍ତି ମାଝୀ(୩୫) ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଥିଲେ। ସେଠାରେ ଡାକ୍ତର ଅଜୟ ପଣ୍ଡା ତାଙ୍କୁ ଇଞ୍ଜେକସନ୍ ଦେଇଥିଲେ। ଏହାର କିଛି ସମୟ ପରେ ଲଛନ୍ତିଙ୍କର ପେଟ ଫୁଲିଥିଲା। ତାପରେ ଲଛନ୍ତିଙ୍କ ସ୍ବାମୀ ତୁଲସୀ ମାଝୀ ଏନେଇ ଡାକ୍ତରଙ୍କୁ ଜଣାଇଥିଲେ। ତାପରେ ଡାକ୍ତର ମେଡିସିନ୍ ଦେଇଥିଲେ। ଏହାପରେ ଗତ ରାତିରେ ଲଛନ୍ତିଙ୍କ ମୃତ୍ୟୁଘଟିଥିଲା।
ଆଜି ସକାଳେ ଲଛନ୍ତିଙ୍କ ପରିବାର ଲୋକେ ଶବ ଧରି ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସେମାନେ କ୍ଷତିପୂରଣ ଓ ଡାକ୍ତରଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଘଟଣାସ୍ଥଳରେ ସିଡିଏମଓ ଡାକ୍ତର ଦ୍ବାରିକାନାଥ ଶତପଥୀ, ଉପ ଜିଲ୍ଲାପାଳ ତହସିଲଦାର ଏବଂ ଥାନା ଅଧିକାରୀ ଗଙ୍ଗାଧର ମେହେର ପ୍ରମୁଖ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛନ୍ତି। ପୁଲିସ୍ ପହଞ୍ଚି ଘଟଣାର ଅନୁସନ୍ଧାନ କରୁଥିବା ଜଣାଯାଇଛି।

  • Related Posts

    ୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

    ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

    Continue reading
    ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲି ଭୁଏ

    ଭୁବନେଶ୍ୱର: ୧୩୭ ତମ ମନ୍‌ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ