arrested ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର: ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର ସାହିର କେ.ଉଦୟନାଥ ଆଚାରୀ (୪୭) ।ଉଦୟନାଥ ତାଙ୍କ ଶାଳକଙ୍କୁ ଏସିଡ ଫିଙ୍ଗିଥିଲେ। ପୀଡ଼ିତଙ୍କ ଅଧା ପୋଡ଼ିଯାଇଥିବା ଟ୍ରାକ ପ୍ୟାଣ୍ଟ ଓ ଉଦୟନାଥଙ୍କ ନିକଟରୁ ଏସିଡ ବୋତଲ ଜବତ କରିଛି। ମାମଲା ନଂ. ୩୯୯/୨୬ରେ ଅଭିଯୁକ୍ତଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି।

ଉଦୟନାଥ ତାଙ୍କ ଶାଳକଙ୍କ ଠାରୁ ନେଇଥିବା ହାତ ଉଧାରି ଟଙ୍କା ଫେରସ୍ତ କରୁ ନ ଥିବାରୁ ଉଭୟଙ୍କ ମଧ୍ୟରେ ଦୀର୍ଘଦିନ ଧରି ବିବାଦ ରହିଥିଲା। ଅଭିଯୋଗକାରୀ ତଥା ଶାଳକ ରାଖୀ ପୂର୍ଣ୍ଣିମାରେ ଭଉଣୀ ଘରକୁ ଯାଇଥିବା ବେଳେ ଭିଣୋଇ ଉଦୟନାଥଙ୍କ ସହ ଉଧାର ଟଙ୍କା ଫେରସ୍ତକୁ ନେଇ ଯୁକ୍ତିତର୍କ ହୋଇଥିଲା। ଉତ୍ତ୍ୟକ୍ତ ହୋଇ ସୁନାରୀ କାମ କରୁଥିବା ଉଦୟନାଥ ଘର ଭିତରୁ ଏସିଡ ଆଣି ଶାଳକଙ୍କ ଉପରକୁ ଫିଙ୍ଗିଥିଲେ। ଶାଳକ ଘୁଞ୍ଚି ଯାଇଥିବାରୁ ବର୍ତ୍ତି ଯାଇଥିଲେ ମଧ୍ୟି ତାଙ୍କ ବେକ, ଛାତି, ବାମ ହାତ, ପିଠି ଏବଂ ଅନ୍ୟ ସ୍ଥାନରେ ଏସିଡ ଛିଟିକା ପଡିବାରୁ ସେ ଆହା ହୋଇଥିଲେ। ତାଙ୍କୁ ତୁରନ୍ତ ବ୍ରହ୍ମପୁର ସିଟି ହସ୍ପିଟାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର କରାଯାଇଥିଲା। ପରେ ସେ ଥାନାରେ ଅଭିଯୋଗ କରିଥିଲେ।

  • Related Posts

    HIRAKUD DAM ହୀରାକୁଦ:୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି

    ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲାଯାଇଛି। ଏବେ ମୋଟ ୮ଟି ସ୍ଲୁଇସ୍ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାରର ଜଳସ୍ତର ୬୨୫ ଫୁଟ୍‌ରେ ସ୍ଥିର ରହିଛି।ବର୍ତ୍ତମାନ ପ୍ରତି ସେକେଣ୍ଡରେ ହୀରାକୁଦ ଜଳଭଣ୍ଡାରକୁ ୧ ଲକ୍ଷ ୩୬…

    Continue reading
    BMC ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍

    ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସରେ BMCର ବଡ଼ ଘୋଷଣା। ଭୁବନେଶ୍ୱର ବିକାଶ ପାଇଁ BMCର ମାଷ୍ଟରପ୍ଲାନ୍। ସ୍ମାର୍ଟ ଓ ସ୍ୱଚ୍ଛ ଭୁବନେଶ୍ୱର ପାଇଁ ହୋଇଛି ବଡ଼ ଯୋଜନା। ଆଜି ସ୍ୱାୟତ୍ତ ଶାସନ ଦିବସରେ ଏଭଳି ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ