ସ୍ୱାୟତ୍ତ ଶାସନ ଦିବସ ପାଳିତ

ଦେବଗଡ଼:ଦେବଗଡ ପୌର ପରିଷଦ କାର୍ଯ୍ୟାଳୟ ପକ୍ଷରୁ ଆଜି ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି।ସ୍ଥାନୀୟ ଟାଉନ ହଲରେ ପୌରାଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଇଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ ମୁଖ୍ୟଅତିଥି, ଅତିରିକ୍ତ ଏସପି ଧୀରଜ ଚୋପଦାର,ପୌର ନିର୍ବାହୀ ଅଧିକାରୀ କଳିଙ୍ଗ ଆଶିଷ ଶତପଥି ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ନିଜର ବକ୍ତବ୍ୟ ରଖିଥିଲେ।ଏହି ଅବସରରେ ପୂର୍ବରୁ ଆୟୋଜିତ ହୋଇଥିବା ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା।ଏହାସହିତ ପୌରପରିଷଦର କାଉନସିଲର ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପୌର କାର୍ଯ୍ୟାଳୟରେ ଭଲ କାର୍ଯ୍ୟ କରିଥିବା କର୍ମଚାରୀ ଗୋଷ୍ଠୀ ସଂଗଠିକା ମୋନାଲିସା ପଣ୍ଡା,ହିସାବ ରକ୍ଷକ ଆଶିଷ ଟେଟେ,କାର୍ଯ୍ୟାଳୟ ସହାୟକ ଚନ୍ଦନ ଦେହୁରୀ, କନିଷ୍ଠ ଯନ୍ତ୍ରୀ କମଳ ବାଗ,ନିରୀକ୍ଷଣ ଏବଂ ମୂଲ୍ୟାୟନ ବିଶେଷଜ୍ଞ ଏମ୍ ବିଶ୍ୱଜିତ୍, ଟିକସ ଅସୁଲକାରି ଧନୁର୍ଜୟ ସାହୁଙ୍କୁ ପୁରସ୍କୃତ କରାଯିବା ସହ ପୌର କର୍ମଚାରୀମାନଙ୍କୁ ବକେୟା ଅର୍ଥ ପ୍ରଦାନ କରାଯାଇଥିଲା।କାର୍ଯ୍ୟକ୍ରମକୁ ଡିଆଇପିଆରଓ ମନୋରଞ୍ଜନ ସୂତାର ପରିଚାଳନା‌ କରିଥିଲେ।କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବି, ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ପୌର କାର୍ଯ୍ୟାଳୟର ଅନ୍ନଦା ଶଙ୍କର ପାଣି,ମିକୁ ପ୍ରଧାନ,ଦୀପକ ଦେହୁରୀ, ଅମିତ ସାହୁଙ୍କ କର୍ମଚାରୀମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହାପରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସକାଳେ ସହରରେ ଡାକ ବାଜି ଯନ୍ତ୍ର ଦ୍ଵାରା ରାମଧୁନ ପରିବେଷଣ,ସହରରେ ଥିବା ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ,ପୌରକାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ ଓ ମିଷ୍ଟାନ୍ନ ବଣ୍ଟନ ,ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀ ମାନଙ୍କୁ ଫଳ ବଣ୍ଟନ କରାଯାଇଥିଲା।

  • Related Posts

    ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସକୁ ଅଣାଗଲା ଗର୍ଭବତୀ ମହିଳା

    ଦେବଗଡ଼ :କାଦୁଅ ପଚ୍‌ପଚ୍‌ ରାସ୍ତା ଯୋଗୁଁ ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ପ୍ରାୟ ଏକ କିଲୋମିଟର ରାସ୍ତା ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚିଲେ ଜଣେ ଗର୍ଭବତୀ ମହିଳା । ଏଭଳି ଏକ ଦୁର୍ଦ୍ଦଶାର ଚିତ୍ର ସାମ୍ନାକୁ ଆସିଛି ଦେବଗଡ଼…

    Continue reading
    ତେନ୍ତଳାବାହାଳରେ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

    ଦେବଗଡ଼:ଦେବଗଡ ଜିଲ୍ଲାର ରିଆମାଳ ବ୍ଲକର ତେନ୍ତଳାବାହାଳ ପଞ୍ଚାୟତ ସମ୍ମିଳନୀ କକ୍ଷରେ ଆଜି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ଓ ଏସପି କିଶୋର ଚନ୍ଦ୍ର ମୁଣ୍ଡ ଯୋଗ ଦେଇ ୨୯ ଟି ଅଭିଯୋଗ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ