ହର୍ମୁଜ୍ ଆମ ନିୟନ୍ତ୍ରଣରେ ଅଛି : ଟ୍ରମ୍ପ

ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା କମିବାର ନା ଧରୁନି। ବିବାଦ ଦିନକୁ ଦିନ ପୁଣି ଘନେଇବାରେ ଲାଗିଛି। ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏହା ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ଟ୍ରୁଥ୍ ସୋସିଆଲରେ ଏକ ପୋଷ୍ଟରେ ଦାବି କରିଛନ୍ତି ଯେ, ହର୍ମୁଜ୍ ପ୍ରଣାଳୀ ଏବେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଆମେରିକା ନିୟନ୍ତ୍ରଣରେ ଅଛି। ସେ ଏହା ମଧ୍ୟ କହିଛନ୍ତି ଯେ ପ୍ରତିବନ୍ଧକ ଏବଂ ଆକ୍ରମଣ ଦ୍ୱାରା ଇରାନର ଅର୍ଥନୀତି ସମ୍ପୂର୍ଣ୍ଣ ଭାବରେ ଧ୍ୱଂସ ପାଇଛି।

ଟ୍ରମ୍ପ ଆମେରିକୀୟ ଟେଲିଭିଜନ ନେଟୱାର୍କ ଏବିସି ନ୍ୟୁଜ୍ ରିପୋର୍ଟକୁ ଖଣ୍ଡନ କରି କହିଛନ୍ତି ଯେ, ସେଥିରେ ଫେକ୍ ନ୍ୟୁଜ୍ ପ୍ରକାଶ ପାଇଛି ମୁଁ ତେହେରାନକୁ ପୁଣି ଥରେ ଆଲୋଚନା ଟେବୁଲକୁ ଆଣିବାକୁ ଚେଷ୍ଟା କରୁଛି। ଇରାନକୁ ଏକ ଚୁକ୍ତି ପାଇଁ ବାଧ୍ୟ କରିବାରେ ମୋର କୌଣସି ଆଗ୍ରହ ନାହିଁ। ଫେବ୍ରୁଆରିରେ ସଂଘର୍ଷ ଆରମ୍ଭ ହେବା ପରଠାରୁ, ଟ୍ରମ୍ପ ବାରମ୍ବାର ଦାବି କରିଆସୁଛନ୍ତି ଯେ, ଆମେରିକା ହର୍ମୁଜ୍ ପ୍ରଣାଳୀକୁ ନିଜ ନିୟନ୍ତ୍ରଣକୁ ନେଇସାରିଛି। ତେବେ ତେହେରାନ ୱାସିଂଟନର ଦାବିକୁ ମିଛ ବୋଲି କହି ଖଣ୍ଡନ କରିଛି ଏବଂ କହିଛି ଯେ, ରଣନୈତିକ ଜଳପଥ ଇରାନ ନିୟନ୍ତ୍ରଣରେ ରହିଛି।

  • Related Posts

    ଚାକିରି ଛାଡ଼ିଲେ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନାର ଗ୍ରୁପ କ୍ୟାପ୍ଟେନ ଅଭିନନ୍ଦନ ବର୍ଦ୍ଧମାନଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରିପୋର୍ଟ ଅନୁଯାୟୀ, ଅଭିନନ୍ଦନ ବାୟୁସେନାରୁ ତାଙ୍କ ସେବା ଛାଡି ବର୍ତ୍ତମାନ ଆଞ୍ଚଳିକ ବିମାନ କମ୍ପାନୀ Fly91ରେ ପାଇଲଟ ଭାବରେ ଯୋଗ ଦେଇଛନ୍ତି। ଏହା…

    Continue reading
    ଛାତିଥରା ଘଟଣା: ନାବାଳିକାଙ୍କୁ କାର୍ ଭିତରେ ଗଣବଳାତ୍କାର

    ପାଟନା: ବିହାରର ଔରଙ୍ଗାବାଦ ଜିଲା କୁଟୁମ୍ବା ଥାନା ଅଞ୍ଚଳରୁ ଏକ ଛାତିଥରା ଘଟଣା ସାମ୍ନାକୁ ଆସିଛି । ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ପୀଡ଼ିତା ଜଣକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ