୭ ଦିନ ଯାଏ ବର୍ଷା ସ୍ଥିତି

ଭୁବନେଶ୍ୱର:ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ କେଉଁଠି ଅସରାଏ ଦି’ ଅସରା ବର୍ଷା ହେଉଛି। ଏବେ ସେପରି ବଡ଼ ଧରଣର ବର୍ଷା ସମ୍ଭାବନା ନ ଥିବାବେଳେ ଆସନ୍ତା ୭ ଦିନଯାଏ ଏ ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୯ ତାରିଖ ବେଳକୁ ବର୍ଷା ବଢ଼ିବା ସମ୍ଭାବନା ଥିବାରୁ ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ନିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟାରେ କୋରାପୁଟ ଜିଲା ବୋରିଗୁମାରେ ସର୍ବାଧିକ ୩୬ ମିମି ବର୍ଷା ହୋଇଥିବା ବେଳେ ନୟାଗଡ଼ ଜିଲା ଦଶପଲ୍ଲାରେ ୭.୯ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ଗୁରୁବାର ପୁରୀରେ ରାଜ୍ୟର ସର୍ବାଧିକ ୩୪.୮ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ତାପମାତ୍ରା ସର୍ବନିମ୍ନ ୧୯ ଡିଗ୍ରୀ ରହିଥିଲା।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ