ଜୀବନ ଜ୍ୟୋତି ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଦିବସ ପାଳିତ

ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟର ୪୧ତମ ସ୍ଵନକ୍ଷତ୍ର ଦିବସ ମହାବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ମହାବିଦ୍ୟାଳୟର ଦୀର୍ଘ ୪୧ ବର୍ଷର ଯାତ୍ରା, ଶିକ୍ଷା କ୍ଷେତ୍ରରେ ଏହାର ଅବଦାନ ଏବଂ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନରେ ଏହାର ଭୂମିକା ସମ୍ପର୍କରେ ଆଲୋଚନା ହୋଇଥିଲା।ମହାବିଦ୍ୟାଳୟର ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ପ୍ରାକ୍ତନ ଅଧ୍ୟାପକ ଡ଼ଃ ଶ୍ୟାମସୁନ୍ଦର ଡାଙ୍ଗୁଆ ମୁଖ୍ୟ ଅତିଥି, ପ୍ରାକ୍ତନ କର୍ମଚାରୀ ବିମଳ କିଶୋର ପରିଚ୍ଛା ସମ୍ମାନିତ ଅତିଥି ଏବଂ ଦୁତିକୃଷ୍ଣ ପଣ୍ଡା ନିମନ୍ତ୍ରିତ ଅତିଥି ଭାବେ ଯୋଗଦେଇଥିଲେ।
କାର୍ଯ୍ୟକ୍ରମରେ ଅତିଥିମାନେ ମହାବିଦ୍ୟାଳୟର ଗୌରବମୟ ୪୧ ବର୍ଷର ଯାତ୍ରାକୁ ସ୍ମରଣ କରିବା ସହ ଛାତ୍ରଛାତ୍ରୀମାନେ ଶିକ୍ଷା ସହିତ ନୀତି, ଶୃଙ୍ଖଳା ଓ ମାନବିକ ମୂଲ୍ୟବୋଧକୁ ଜୀବନରେ ଅନୁସରଣ କରି ସମାଜ ଓ ଦେଶର ଉନ୍ନତିରେ ନିଜର ଅବଦାନ ରଖିବାକୁ ଆହ୍ବାନ ଦେଇଥିଲେ।
ସଂଯୋଜକ ବେଣୁପାଣି ମହାପାତ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିବାବେଳେ ଅଧ୍ୟାପକ ଦିଲ୍ଲୀପ କୁମାର ନାୟକ, ଡ. ସନ୍ତୋଷ କୁମାର ନାୟକ ,ଅଧ୍ୟାପିକା ମଞ୍ଜୁଳା ସାହୁ, ଦୁତି କୃଷ୍ଣ ପଣ୍ଡା ବକ୍ତବ୍ୟ ରଖିଥିଲେ। ବକ୍ତାମାନେ ମହାବିଦ୍ୟାଳୟର ଅତୀତର ସ୍ମୃତି, ବର୍ତ୍ତମାନର ଶିକ୍ଷା ବ୍ୟବସ୍ଥା ଓ ଭବିଷ୍ୟତର ଲକ୍ଷ୍ୟ ସମ୍ପର୍କରେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା, ଅଣଶିକ୍ଷକ କର୍ମଚାରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ। ଶେଷରେ ଅଧ୍ୟାପିକା ଲିଜାଲିନ ଭୋଇ ମହାବିଦ୍ୟାଳୟ ର ଇତିହାସ ଉପରେ କବିତା ଗାନ ସହ ଧନ୍ୟବାଦ ଅର୍ପଣ କରିଥିଲେ।
ରିପୋର୍ଟର ଦୁତି କୃଷ୍ଣ ପଣ୍ଡା

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ