puri temple ଆଜି ଶ୍ରୀମନ୍ଦିରରେ କାଳୀୟଦଳନ ବେଶ

ପୁରୀ:ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଅତିସୁନ୍ଦର କାଳୀୟଦଳନ ନୀତି ଅନୁଷ୍ଠିତ ହେବ । ମହାପ୍ରଭୁ କାଳୀୟଦଳନ ବେଶରେ ଦର୍ଶନ ଦେବେ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାଳୀୟଦଳନ ବେଶ ଓ ଧେନୁକାସୁର ବଧ ନୀତି ଅନୁଷ୍ଠିତ ହେବ। ମାର୍କଣ୍ଡେଶ୍ୱର ପୁଷ୍କରିଣୀରେ କାଳୀୟଦଳନ ନୀତି ଗରୁଡଙ୍କ ଦ୍ଵାରା ସମାପନ ହେବ ।ଆଜି କାଳୀୟଦଳନ ଏକାଦଶୀରେ ଆଜ୍ଞାମାଳ ପାଇ ଶ୍ରୀମଦନମୋହନ, ରାମ କୃଷ୍ଣ ଲୋକନାଥ ରୋଡ ସ୍ଥିତ ଲବଣୀ ଖିଆ ମଣ୍ଡପକୁ ଯାଇଥାନ୍ତି । ସେଠାରେ ମହାଭୋଇ (ଗଉଡ଼) ସେବକ ଘର ବୋହୂମାନେ ଠାକୁରଙ୍କୁ ବନ୍ଦାପନା କରିବା ସହ ଲବଣୀ ଖୁଆଇଥାନ୍ତି । ଏହି ଦିନ ମହାପ୍ରଭୁଙ୍କୁ କେବଳ ମହାଭୋଇ (ଗଉଡ଼) ଘର ବୋହୂମାନେ ସେବା କରିପାରିଥାନ୍ତି । ସେମାନେ ସେବା କରିବା ପୂର୍ବରୁ ଗୀତ ଗୋବିନ୍ଦ ଖଣ୍ଡୁଆ ପରିଧାନ କରିଥାନ୍ତି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରି ଭିତରେ ପାଣି ପଡ଼ିଲେ ଓ ଦକ୍ଷିଣ ଘର ଭୋଗ ସରିଲେ ଶ୍ରୀମଦନମୋହନ ଓ ରାମକୃଷ୍ଣ ରତ୍ନ ସିଂହାସନକୁ ବିଜେ କରନ୍ତି । ପୂଜାପଣ୍ଡା ତିନି ମୂର୍ତ୍ତିଙ୍କୁ ଆଜ୍ଞାମାଳ ଦେବା ପରେ (ମହାଜନେ) ପୁଷ୍ପାଳକଙ୍କ ହାତରେ ବିଜେ ହୋଇ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିରାଜିତ ହୋଇଥାନ୍ତି । ତତ୍ପରେ ବଡ଼ଦେଉଳକୁ ବେଢାଏ ବୁଲି ଲୋକନାଥ ରୋଡ୍ ସ୍ଥିତ ଲବଣୀଖିଆ ମଣ୍ଡପକୁ ବିଜେ କରନ୍ତି ଓ ବନ୍ଦାପନା, ଶୀତଳ ଭୋଗ ଇତ୍ୟାଦି ନୀତି ସମାପନ ପରେ ମାର୍କଣ୍ଡ ପୁଷ୍କରିଣୀଠାରେ କାଳୀୟଦଳନ ଲୀଳା ହୁଏ ।ସେଠାରେ ଶୀତଳ ଭୋଗ ଓ ବନ୍ଦାପନା ହୋଇ ବାହୁଡା ବିଜେ ପୂର୍ବକ ଶ୍ରୀମନ୍ଦିରର ଜୟ ବିଜୟ ଦ୍ୱାର ଠାରେ ଏକାଦଶୀ ଭୋଗ ଓ ବନ୍ଦାପନା ହୋଇ ଦକ୍ଷିଣୀ ଘରକୁ ବିଜେ କରନ୍ତି । ପରେ, ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାଡ଼ରେ କାଳୀୟଦଳନ ବେଶ ହୁଏ ।ବେଶ ହୋଇ ସନ୍ଧ୍ୟାଧୂପ ପାଣି ପଡ଼ିଲା ପରେ ଜଗନ୍ନାଥ ବଲ୍ଲଭ ମଠରୁ ଆସିଥିବା ବଡ଼ ଅମୃତ ଲଡୁ ଖୁଣ୍ଟିଆ ସେବକଙ୍କଠାରୁ ନେଇ ପୁଷ୍ପାଳକ ଶ୍ରୀହସ୍ତରେ ଲାଗି କରନ୍ତି । ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନ ଉପରେ ବିରାଜିତ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କୁ କାଳୀୟଦଳନ ବେଶରେ ସୁସଜ୍ଜିତ କରାଯାଇଥାଏ । ଏହି ବେଶରେ ଶ୍ରୀଜଗନ୍ନାଥ ଓ ଶ୍ରୀବଳଭଦ୍ର କାଷ୍ଠ ନିର୍ମିତ ଶ୍ରୀଭୁଜ ଓ ଶ୍ରୀପୟର ଯୁକ୍ତ ହୋଇଥାନ୍ତି ।
ବେଶ ପୂର୍ବରୁ ଦରଜି ଓ ମହାରଣା, ଚିତ୍ରକାର ଓ ସୋଲ ଶିଳ୍ପୀମାନଙ୍କ ଦ୍ୱାରା ବେତ, ସୂତା ଓ କନାରେ ପ୍ରସ୍ତୁତ ପ୍ରାୟ ୩୦ ଫୁଟ୍ ଲମ୍ବର ଏକ ବିରାଟକାୟ ସପ୍ତ ଫେଣିଆ କାଳୀୟ ସର୍ପ ବା ନାଗଟି ଚାରିଟି ଅଂଶରେ ବିଭକ୍ତ ଅଟେ । ୨ଟି ଅଂଶ ଗଣ୍ଡି, ୧ଟି ଅଂଶ ମୁଣ୍ଡ ଓ ୧ଟି ଅଂଶ ଲାଞ୍ଜ । ସର୍ପଟିର ସମଗ୍ର ଶରୀର କଳା କନାରେ ଆବୃତ ହୋଇଥିବାବେଳେ ଶରୀରର କାତିଗୁଡ଼ିକ ନିମନ୍ତେ ଧଳା କନା ବ୍ୟବହୃତ ହୋଇଥାଏ । ସର୍ପଟିର ଏହି ୪ଟି ଅଂଶ ପୁଷ୍ପାଳକ ସେବକମାନଙ୍କଦ୍ୱାରା ରତ୍ନ ସିଂହାସନ ଉପରକୁ ଯାଇଥାଏ । ସେଠାରେ ସମ୍ପୂର୍ଣ୍ଣ ଶରୀରଟିକୁ ଖଞ୍ଜାଯାଇ ସପ୍ତ ଫେଣିଆ ମସ୍ତକଟି ଶ୍ରୀଜଗନ୍ନାଥଙ୍କ ଶ୍ରୀପୟର ତଳେ ରଖାଯାଏ ଓ ଅବଶିଷ୍ଟ ଅଂଶ ଠାକୁରଙ୍କ ସମଗ୍ର ଶରୀରକୁ ଆବୃତ କରି ଅର୍ଥାତ୍, ଉପର ଦେଇ ବାମ ହସ୍ତରେ ପୁଚ୍ଛଟି (ଲାଞ୍ଜ) ରହିଥାଏ । ସୁଭଦ୍ରା ଦେବୀ ସାଧାରଣ ବେଶ ଧାରଣ କରିଥାନ୍ତି । ଶ୍ରୀବଳଭଦ୍ରଙ୍କ ଦୁଇ ପାର୍ଶ୍ବରେ ଗୋଟିଏ ଲେଖାଏଁ ଗାଈ, ବାଛୁରୀ (କାଷ୍ଠ ନିର୍ମିତ) ଦଣ୍ଡାୟମାନ ଭଙ୍ଗୀରେ ରହିଥାନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ