ବଡବାରବା ପଞ୍ଚାୟତରେ ଜନଶୁଣାଣୀ

୧୪ ଅଭିଯୋଗର ଶୁଣାଣୀ, ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି

ରାଇକିଆ: ରାଇକିଆ ବ୍ଲକ ଅନ୍ତର୍ଗତ ବଡବାରବା ପଞ୍ଚାୟତ ସଭାଗୃହରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାରେ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗ୍ରାମାଞ୍ଚଳର ବିଭିନ୍ନ ସମସ୍ୟା ସମେତ ନୂତନ ଯୋଜନା, ପାନୀୟଜଳ ଓ ରାସ୍ତା ସମ୍ପର୍କିତ ଅଭିଯୋଗ ଉପରେ ଆଲୋଚନା ହୋଇଥିଲା। ସମସ୍ୟାଗୁଡ଼ିକର ଯାଞ୍ଚ କରି ଶୀଘ୍ର ସମାଧାନ ଦିଗରେ ପଦକ୍ଷେପ ନେବାକୁ ଶ୍ରୀ କଂହର ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଜନଶୁଣାଣୀରେ ମୋଟ ୧୪ଟି ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୬ଟି ସାମୂହିକ ଓ ୮ଟି ବ୍ୟକ୍ତିଗତ ସମସ୍ୟା ରହିଥିଲା। ଗ୍ରାମବାସୀ ପାନୀୟଜଳ ସଂକଟ, ରାସ୍ତା ମରାମତି, ମୋବାଇଲ ନେଟୱର୍କ ସମସ୍ୟା ଓ ବିଦ୍ୟାଳୟ ପାଚେରି ନିର୍ମାଣ ଭଳି ବିଭିନ୍ନ ସମସ୍ୟା ଉପସ୍ଥାପନ କରିଥିଲେ। ଅଭିଯୋଗଗୁଡ଼ିକୁ ଶ୍ରୀ କଂହର ଗୁରୁତ୍ୱର ସହ ଶୁଣିବା ସହ ଆବଶ୍ୟକ ଯାଞ୍ଚ ପରେ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଉପସ୍ଥିତ ଅଭିଯୋଗକାରୀଙ୍କୁ ଆଶ୍ୱାସନ ଦେଇଥିଲେ।ଏହି ଅବସରରେ ବଡବାରବା ସରପଞ୍ଚ ରବିଚନ୍ଦ୍ର ନାୟକ, ସମିତିସଭ୍ୟ ନାରାୟଣ ଦେଳେଇ, ପିଇଓ ବସନ୍ତ କୁମାର ପଣ୍ଡା, ଏଡିଓ ବାଦଲ କୁମାର ନାୟକ, ବ୍ଲକ ସଂଯୋଜକ କମଳ ପ୍ରସାଦ ନାୟକ, ଏଇଇ ବଣ୍ଟି କୁମାର ଚୌଧୁରୀ, ସହକାରୀ ଯନ୍ତ୍ରୀଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

ରିପୋର୍ଟର: ଦୁତି କୃଷ୍ଣ ପଣ୍ଡା

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ