scrub typhus ପାଳଲହଡ଼ାରେ ସ୍କ୍ରବ୍ ଟାଇଫସ୍ : ଚିହ୍ନଟ ୨ ମହିଳା

ପାଳଲହଡ଼ା: ପାଳଲହଡ଼ା ବ୍ଲକ୍‌ ରୋହିଲା ପଞ୍ଚାୟତର ମଗରମୁହାଣ ଗ୍ରାମରେ ଦୁଇଜଣ ମହିଳାଙ୍କ ରକ୍ତ ନମୁନା ସ୍କ୍ରବ୍ ଟାଇଫସ୍ ପଜିଟିଭ୍ ଆସିଥିବା ଜଣାପଡ଼ିଛି । ସେମାନେ ହେଲେ ଭାନୁମତୀ ନାଏକ ଓ ଲକ୍ଷ୍ମୀ ଧୀର । ରକ୍ତ ନମୁନା ପଜିଟିଭ୍ ଆସିବା ପରେ ଉଭୟ ଘରୋଇ ହସ୍ପିଟାଲ ଓ ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟ ପରୀକ୍ଷା କରାଇଛନ୍ତି । ବର୍ତ୍ତମାନ ଉଭୟ ନିଜ ଗାଁରେ ରହି ଚିକିତ୍ସାଧୀନ ଥିବା ସୂଚନା ମିଳିଛି ।
ଗାଁକୁ ଗାଁ ସ୍କ୍ରବ୍ ଟାଇଫସ୍ ବ୍ୟାପୁଥିବା ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଚିନ୍ତା ବଢ଼ିଛି । ରୋଗର ନିୟନ୍ତ୍ରଣ ଓ ସଂକ୍ରମଣ ରୋକିବା ପାଇଁ ସ୍ୱାସ୍ଥ୍ୟ ବିଭାଗ ଓ ପ୍ରଶାସନ ପକ୍ଷରୁ ଡାକ୍ତରୀ ଦଳ ପଠାଇବା ସହ ସ୍ଥାୟୀ ସ୍ୱାସ୍ଥ୍ୟ ଶିବିର କରିବାକୁ ଦାବି ହୋଇଛି । ଆଗକୁ ଯେପରି ଆକ୍ରାନ୍ତଙ୍କ ସଂଖ୍ୟା ନ ବଢ଼େ, ସେଥିପାଇଁ ତୁରନ୍ତ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ରୋହିଲା ସରପଞ୍ଚ ଦିବ୍ୟଲୋଚନ ନାଏକ ଓ ଗ୍ରାମ ସଭାପତି ସନାତନ ପ୍ରଧାନ ନିବେଦନ କରିଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ