ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶାକୁ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ- ମୁଖ୍ୟମନ୍ତ୍ରୀ

ଦୁବାଇ/ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ପାଞ୍ଚଟି ଶିଶୁ ଓରାଙ୍ଗଉଟାନ ଉଦ୍ଧାର ହେବା ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଏହା ସହିତ, ଏହି ପ୍ରାଣୀମାନେ କେଉଁ ପରିସ୍ଥିତିରେ ଓଡ଼ିଶାରେ ପହଞ୍ଚିଲେ, ସେ ସମ୍ପର୍କରେ ସବିଶେଷ ତଦନ୍ତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଦୁବାଇରେ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟକ୍ରମରେ ଥିବା ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ଓଡ଼ିଶାର ଘଟଣାକ୍ରମ ସମ୍ପର୍କରେ ନିରନ୍ତର ଅବଗତ ରହିଛନ୍ତି ଏବଂ ଏହି ଘଟଣାକୁ ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। କେଉଁ ପରିସ୍ଥିତିରେ ଏହି ପ୍ରାଣୀ ଗୁଡିକ ବାଲେଶ୍ୱର ଜିଲ୍ଲାକୁ ଆସିଲେ ଏବଂ ଏହା ପଛରେ କ’ଣ ପୃଷ୍ଠଭୂମି ରହିଛି, ତାକୁ ସ୍ପଷ୍ଟ କରିବା ପାଇଁ, ସେ ନିର୍ଦ୍ଦେଶ ଦେଇଛନ୍ତି।

ବିଦେଶୀ ବନ୍ୟପ୍ରାଣୀଙ୍କ ଅବୈଧ ଚାଲଣ ପାଇଁ ଓଡ଼ିଶା କେବେହେଲେ ଏକ ଟ୍ରାଞ୍ଜିଟ୍ ପଥ ହେବାକୁ ଦିଆଯିବ ନାହିଁ, ବୋଲି ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ବିଦେଶୀ ବନ୍ୟପ୍ରାଣୀଙ୍କ ଏହି ବେଆଇନ ପରିବହନରେ କୌଣସି ନେଟୱାର୍କ ସମ୍ପୃକ୍ତ ଥିଲେ, ତାହାକୁ ଚିହ୍ନଟ କରି ଆଇନ ଅନୁଯାୟୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଏହି ବିରଳ ପ୍ରଜାତିର ପ୍ରାଣୀ ଗୁଡିକ କେଉଁ ମାର୍ଗ ଦେଇ ଓଡ଼ିଶାକୁ ଅଣାଯାଇଥିଲା, ସେମାନେ କିପରି ରାଜ୍ୟରେ ପ୍ରବେଶ କଲେ, ସେମାନଙ୍କ ପରିବହନରେ କିଏ ସମ୍ପୃକ୍ତ ଥିଲେ ଏବଂ କେଉଁ ଉଦ୍ଦେଶ୍ୟରେ ସେମାନଙ୍କୁ ଅଣାଯାଉଥିଲା, ଏସବୁ ଦିଗ ସ୍ପଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏହି ପରିପ୍ରେକ୍ଷୀରେ, ଭାରତ ସରକାରଙ୍କ ସମ୍ପୃକ୍ତ କର୍ତ୍ତୃପକ୍ଷ, ବନ୍ୟପ୍ରାଣୀ ଅପରାଧ ନିୟନ୍ତ୍ରଣ ବ୍ୟୁରୋ (WCCB) ଏବଂ ଅନ୍ୟାନ୍ୟ ବନ୍ୟପ୍ରାଣୀ ଓ ଆଇନ ପ୍ରବର୍ତ୍ତନକାରୀ ସଂସ୍ଥାଗୁଡ଼ିକ ସହ ସମନ୍ୱୟ ରଖି ଏହି ମାମଲାର ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତଦନ୍ତ ଜାରି ରହିଥିବା ସମୟରେ ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଗୁଡ଼ିକୁ ପ୍ରଚଳିତ ବନ୍ୟପ୍ରାଣୀ ସୁରକ୍ଷା ପ୍ରୋଟୋକଲ୍ ଅନୁଯାୟୀ ଉପଯୁକ୍ତ ଚିକିତ୍ସା ସେବା, ସୁରକ୍ଷା ଓ ଆବଶ୍ୟକ ଯତ୍ନ ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ଛାତ୍ର ସଂସଦ ନିର୍ବାଚନ ଭବିଷ୍ୟତର ନେତୃତ୍ୱ ଗଢ଼ିବାର ଏକ ମଜଭୁତ ମୂଳଦୁଆ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଓଡ଼ିଶାରେ ଛାତ୍ର ସଂସଦ ନିର୍ବାଚନ ପରିଚାଳନାକୁ ନେଇ ବଢ଼ୁଥିବା କଳ୍ପନାଜଳ୍ପନା ମଧ୍ୟରେ, ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଭୁବନେଶ୍ୱରର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଥିଲେ । ରାଜ୍ୟ ସରକାର ଖୁବ୍‌ଶୀଘ୍ର ସାରା ଓଡ଼ିଶାର କଲେଜ…

    Continue reading
    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ