୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ

କଟକ: ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ରାୟ ପ୍ରକାଶ କରି ଆବେଦନକାରୀଙ୍କୁ ଭବିଷ୍ୟତରେ ସାଧାରଣ ଲୋକଙ୍କ ମୌଳିକ ଅଧିକାର କ୍ଷୁଣ୍ଣ ହେବା ସଂକ୍ରାନ୍ତୀୟ ଜନସ୍ବାର୍ଥ ମାମଲା ଦାଏର କରିବାକୁ ପରାମର୍ଶ ଦେଇଛନ୍ତି। ଏଭଳି ଆବେଦନ ଅଯୌକ୍ତିକ ବୋଲି ହାଇକୋର୍ଟ ମତପ୍ରକାଶ କରିଛନ୍ତି।
ମାମଲାର ବିବରଣୀ ଅନୁସାରେ, ଭାରତୀୟ ସମ୍ବିଧାନର ଧାରା ୧୬୩ ଓ ୧୬୪ ଅନୁଯାୟୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଓ କ୍ୟାବିନେଟ ମନ୍ତ୍ରୀମାନଙ୍କୁ ସ୍ବୀକୃତି ପ୍ରଦାନ କରାଯାଇଛି। ସମ୍ବିଧାନରେ ଉପମୁଖ୍ୟମନ୍ତ୍ରୀ ପଦବୀ ନାହିଁ। ତେବେ ଦଳୀୟ ଗୋଷ୍ଠୀକୁ ସନ୍ତୁଷ୍ଟ କରିବା ପାଇଁ ଏପରି ପଦବୀ ସୃଷ୍ଟି କରାଯାଇଛି। ସେମାନଙ୍କୁ ଅଧିକ ଦରମା, ଭତ୍ତା, ସୁରକ୍ଷା ଆଦି ସାଙ୍ଗକୁ ଅନ୍ୟାନ୍ୟ ସୁବିଧାସୁଯୋଗ ପ୍ରଦାନ କରିବାର ବ୍ୟବସ୍ଥା ନାହିଁ। ମନ୍ତ୍ରୀମାନଙ୍କ ଭଳି ୨ ଜଣ ଉପମୁଖ୍ୟମନ୍ତ୍ରୀ ଦରମା, ସୁବିଧାସୁଯୋଗ ପାଇବା କଥା। ମାତ୍ର ତାହା ନ ହୋଇ ଉପମୁଖ୍ୟମନ୍ତ୍ରୀ ଦ୍ୱୟଙ୍କ ପାଇଁ ମନ୍ତ୍ରୀମାନଙ୍କ ମଧ୍ୟରେ ଏକ ସ୍ବତନ୍ତ୍ର ଶ୍ରେଣୀ ସୃଷ୍ଟି କରାଯାଇଛି। ଉପମୁଖ୍ୟମନ୍ତ୍ରୀ ଦ୍ୱୟଙ୍କୁ ସରକାରୀ ଭାବେ ସ୍ବୀକୃତି ଦିଆଯାଇ ପ୍ରୋଟୋକଲ, ପାଓ୍ବାର, କର୍ମଚାରୀ, ବିଭିନ୍ନ ପ୍ରକାର ଖର୍ଚ୍ଚ ଯୋଗାଇ ଦିଆଯାଇଛି। ସରକାରୀ ଓ୍ବେବ୍‌ସାଇଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ଫଟୋ ଓ ନାମ ପ୍ରଦତ୍ତ ରହିଛି। ଉପମୁଖ୍ୟମନ୍ତ୍ରୀ ଦ୍ୱୟଙ୍କ ପାଇଁ ସରକାରୀ ଅର୍ଥ ଅଧିକ ଖର୍ଚ୍ଚ ମଧ୍ୟ ହେଉଛି। ମାତ୍ର ଏସବୁ ପ୍ରଦାନ ପାଇଁ କୌଣସି ଆଇନଗତ ବିଧି ନାହିଁ। କୌଣସି ପ୍ରଣିତ ଆଇନ ବିନା ଏସବୁ ଅସାମ୍ବିଧାନିକ ବୋଲି ଦର୍ଶାଇ ହାଇକୋର୍ଟ ଆଇନଜୀବୀ ଏଲିନା ଦାଶଙ୍କ ପକ୍ଷରୁ ଉକ୍ତ ଜନସ୍ବାର୍ଥ ମାମଲା ଦାଏର ହୋଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଶ୍ରୀନିବାସ ମହାନ୍ତି ମାମଲା ପରିଚାଳନା କରୁଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ