ଡେଙ୍ଗୁ,ଡାଇରିଆ ଓ ମ୍ୟାଲେରିଆ ରୋଗର ସତର୍କତା ପାଇଁ ସ‌ଚେତନତା ରଥର ଶୁଭାରମ୍ଭ

ଦେବଗଡ଼:ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ଡେଙ୍ଗୁ,ଡାଇରିଆ ଓ ମ୍ୟାଲେରିଆ ରୋଗର ସତର୍କତା ଓ ନିରାକରଣ ପାଇଁ ସ‌ଚେତନତା ପାଇଁ ତିନିଟି ରଥର ଶୁଭାରମ୍ଭ କରାଯାଇଛି।ଏହି ସଚେତନତା ରଥକୁ ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁ ମୁଖ୍ୟଅତିଥି, ସିଡିଏମଓ ଡା.ସଂଘମିତ୍ରା ପଣ୍ଡା ଅନ୍ୟତମ ଅତିଥି ଭାବେ ଯୋଗ ଦେଇ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଉକ୍ତ ସଚେତନତା ରଥ ତିନି ବ୍ଲକର ବିଭିନ୍ନ ଗ୍ରାମକୁ ପରିକ୍ରମା କରି ଡେଙ୍ଗୁ,ଡାଇରିଆ ଓ ମ୍ୟାଲେରିଆ ରୋଗର ସତର୍କତା ଓ ନିରାକରଣ ସଂପର୍କରେ ଲୋକମାନଙ୍କୁ ସଚେତନ କରିବ। କାର୍ଯ୍ୟକ୍ରମରେ ଡିପିଏମ ସୁଶାନ୍ତ ପ୍ରହରାଜ, ଭେକ୍ଟରବାହିତ ରୋଗର ପରାମର୍ଶଦାତା ନିରୁପମା ଦାଶ, ହସପିଟାଲ ମ୍ୟାନେଜର ଯତିନ ଭଇଁଷା,ତିଲେଇବଣି ବ୍ଲକର ପିଏଚଇଓ ଲୋଭାନ୍ଦୋରୀ ତାଣ୍ଡି,ବାରକୋଟ ବ୍ଲକର ଭାରପ୍ରାପ୍ତ ପିଏଚଇଓ ସରୋଜ ରାଜହଂସ,ଭାରପ୍ରାପ୍ତ ସହକାରୀ ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଅମରେଶ ଶତପଥି ଉପସ୍ଥିତ ଥିଲେ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ