ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର ହୋଇଛି। ତେଣୁ ରବିବାର ପୁଣିଥରେ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ମୋଟ୍‌ ୫ଟି ସ୍ଲୁଇସ୍‌ ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ରବିବାର ଅପରାହ୍ନ ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୯.୩୧ ଫୁଟ୍ରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୨୫ ହଜାର ୦୯୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୧୬ ହଜାର ୯୭୦ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ଜଳଭଣ୍ଡାରର ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ ୫ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୮୧ ହଜାର ୯୨୫ ଘନଫୁଟ, ପାଓ୍ବାର ଚ୍ୟାନେଲରେ ୩୧,୧୯୭ ଘନଫୁଟ, ବରଗଡ଼ କେନାଲରେ ୩,୦୭୨, ଶାସନ କେନାଲରେ ୪୫୦ ଓ ସମ୍ବଲପୁର କେନାଲରେ ୧୦୫ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୧ ଘନଫୁଟ ଜଳ ନିଷ୍କାସିତ ହେଉଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ