ବୋମା ବିସ୍ଫୋରଣ: ଜଣେ ମୃତ

ଖଣ୍ଡଗିରି: ଚନ୍ଦକା ଥାନା ମହୁଲ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଛାତ ଉପରେ ଦୁଇ ଭାଇ ବୋମା ଭିଡୁଥିବା ବେଳେ ଭୟଙ୍କର ବିସ୍ପୋରଣ ଘଟି ଗୋଟିଏ ଭାଇ ମୃତ୍ୟୁ ବରଣ କରିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛି। ମୃତକଙ୍କ ପରିଚୟ ଜଣାପଡ଼ି ନାହିଁ।
ମିଳିଥିବା ସୂଚନା ଅନୁସାରେ ମହୁଲ ଗ୍ରାମରେ ଗୋଟିଏ ପରିବାରର ଦୁଇ ଭାଇ ଛାତ ଉପରେ ବୋମା ଭିଡୁଥିଲେ। ବୋମା ଭିଡୁଥିବା ସମୟରେ କୌଣସି କାରଣରୁ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଗୋଟିଏ ଭାଇର ମୁଣ୍ଡ ଓ ହେହ ଖଣ୍ଡବିଖଣ୍ଡିତ ହୋଇ ପଡ଼ିଥିବା ବେଳେ ଆଉ ଜଣେ ଭାଇ ଗୁରୁତର ଆହତ ହୋଇଥିଲେ। ବିସ୍ଫୋରଣ ଏତେ ଜୋର ଥିଲା ଯେ ଗାଁ ପୂରା ଦୁଲୁକି ପଡ଼ିଥିଲା। ଏତେ ବଡ ଶବ୍ଦ ଶୁଣି ଗ୍ରାମବାସୀ ଭୟଭୀତ ହୋଇପଡ଼ିଥିଲେ। ପାଖ ପଡ଼ିଶାମାନେ ଉଠି ଘଟଣାସ୍ଥଳକୁ ଦୌଡି ଆସିଥିଲେ। ଏନେଇ ଚନ୍ଦକା ଥାନାକୁ ଖବର ଦେଇଥିଲେ। ଖବର ପାଇ ଚନ୍ଦକା ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଥିଲା। ମୃତକଙ୍କ ଶବ ଜବତ କରିବା ସହ ଆହତଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ଡାକ୍ତରଖାନା ପଠାଇଥିଲେ। ତେବେ ପ୍ରଶ୍ନ ଉଠୁଛି ମହୁଲ ଗ୍ରାମକୁ ଏତେ ପରିମାଣର ବିସ୍ଫୋରକ ସାମଗ୍ରୀ ଆସିଲା କେମିତି, ସେମାନେ କେତେ ଦିନ ଠାରୁ ଏଭଳି କାମରେ ଲିପ୍ତ ଥିଲେ ସେନେଇ ପୁଲିସ ତଦନ୍ତ ଆରମ୍ଭ କରିଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ