ଛାତରୁ ପଡ଼ି ନାବାଳକଙ୍କ ମୃତ୍ୟୁ

ନୀଳଗିରି: ବିଶ୍ୱକର୍ମା ପୂଜା ପାଇଁ ଫୁଲ ତୋଳୁଥିବା ବେଳେ ଛାତରୁ ପଡ଼ି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲ୍ଲା ନୀଳଗିରି ଏନ୍‌ଏସିର ୱାର୍ଡ ନମ୍ବର ୨ରେ ଘଟିଛି ଏହି ଘଟଣା। ମୃତ ନାବାଳକଙ୍କ ନାଁ ଆଦିତ୍ୟ ଜେନା। ତାଙ୍କ ବାପାଙ୍କ ନାଁ ପପୁ ଜେନା। ଆଜି ଭୋରରେ ଆଦିତ୍ୟ ଫୁଲ ତୋଳିବା ପାଇଁ ଯାଇଥିଲେ। ସେ ଏକ ଘରର ଛାତ ଉପରେ ଚଢ଼ି ଫୁଲ ତୋଳୁ ଥିବା ସମୟରେ ତାଙ୍କ ଗୋଡ଼ ଖସି ଯାଇଥିଲା। ସେ ଛାତରୁ ପଡ଼ି ପାଖରେ ଥିବା ଏକ ସିମେଣ୍ଟ କାନ୍ଥରେ ପଡ଼ିଥିଲେ। ସେହି ସିମେଣ୍ଟ କାନ୍ଥରେ ଥିବା ଏକ ଲୁହା ରଡ୍ ତାଙ୍କ ପେଟରେ ପଶି ଯାଇଥିଲା।

ପେଟରେ ଲୁହା ରଡ୍ ପଶିଯାଇଥିବା ସତ୍ତ୍ୱେ ଡରି ନଥିଲେ ଆଦିତ୍ୟ। ସେ ଲୁହା ରଡ୍‌ଟିକୁ ପେଟରୁ କାଢ଼ି ଚାଲି ଚାଲି କିଛି ବାଟ ଯିବା ପରେ ଅଚେତ ହୋଇ ପଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ନୀଳଗିରି ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

  • Related Posts

    ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଲା ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

    ଭୁବନେଶ୍ବର: ପବନ ଶକ୍ତି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଜାତୀୟସ୍ତରର ସମ୍ମାନ । ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ ସମ୍ମିଳନୀରେ ପବନ ଶକ୍ତି କ୍ଷେତ୍ରରେ ନିବେଶଜନିତ ବିପଦ ହ୍ରାସ ଓ ନେତୃତ୍ୱ ପାଇଁ ରାଜ୍ୟକୁ ‘ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ’ ପୁରସ୍କାର ପ୍ରଦାନ…

    Continue reading
    +୨ ପରୀକ୍ଷା: ବଢ଼ିଲା ଏକ୍ସ-ରେଗୁଲାର ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ଫିଲ୍‌ଅପ୍ ଅବଧି

    ଭୁବନେଶ୍ବର: ଓଡ଼ିଶା, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE), ବାର୍ଷିକ ଯୁକ୍ତ ଦୁଇ (+2) 2027 ପରୀକ୍ଷା ପାଇଁ ଏକ୍ସ-ରେଗୁଲାର (Ex-Regula) ପରୀକ୍ଷାର୍ଥୀଙ୍କ ଅନଲାଇନ୍ ଫର୍ମ ପୂରଣର ଶେଷ ତାରିଖକୁ ବୃଦ୍ଧି କରିଛି । କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ