ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ ପହଞ୍ଚିଥିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୯ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଧୀରେଧୀରେ ଅଧିକ ସକ୍ରିୟ ହେବା ସହ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି। ତେବେ ଏହା ପ୍ରଭାବରେ ୨୩ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ ଓ ଏନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି।
ଅନ୍ୟପକ୍ଷରେ ଘୂର୍ଣ୍ଣିବଳୟ ପାଇଁ ରାଜ୍ୟରେ ବର୍ଷା ହେଉଥିଲେ ମଧ୍ୟ ପ୍ରଖର ଖରାତାତି ସାଙ୍ଗକୁ ଗୁଳୁଗୁଳି ସାଧାରଣ ଜନଜୀବନକୁ ପ୍ରଭାବିତ କରୁଛି। ବିଶେଷକରି ପୁରୀ, ଚାନ୍ଦବାଲି, ଭୁବନେଶ୍ୱର, ବାଲେଶ୍ୱର, ଗୋପାଳପୁର ଏବଂ ପାରାଦୀପରେ ହିଟ୍‌ ଇଣ୍ଡେକ୍ସ ଅଧିକ ରହୁଥିବାରୁ ସ୍ବାଭାବିକଠାରୁ ବେଶି ଗରମ ଅନୁଭବ ହେଉଛି। ଗୁରୁବାର ୯ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ