
କାଲି ସୃଷ୍ଟି ହେବ ଲଘୁଚାପ। ଉତ୍ତର ଥାଇଲାଣ୍ଡ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ କାଲି ସୁଦ୍ଧା ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ୨୧ କିମ୍ବା ୨୨ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ।
୩ରୁ ୪ ତାରିଖ ବେଳକୁ ଓଡିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି। ପରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ, ପୂର୍ବ ଉତ୍ତରପ୍ରଦେଶ ଓ ସଂଲଗ୍ନ ବିହାର ଆଡ଼କୁ ଅଗ୍ରସର ହେବ। ଆଇଏମଡି ପକ୍ଷରୁ ଏନେଇ ଆକଳନ କରାଯାଇଛି। ଅବପାତ ବାତ୍ୟାର ରୂପ ନେବ କି ନାହିଁ, ସେ ନେଇ କୌଣସି ସ୍ପଷ୍ଟ କରାଯାଇନାହିଁ।
୨୩ ତାରିଖ ଠାରୁ ଓଡିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ସେପଟେ ଆଜି ଉତ୍ତର ଏବଂ ଉପକୂଳ ଓଡିଶାର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।







