
ଭୁବନେଶ୍ୱର,: ପରିବହନ ବିଭାଗର ଅତିରିକ୍ତ ସଚିବ ଅରୁଣ କୁମାର ବିଶ୍ୱାଳଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ମହିଳାଙ୍କ ଘରେ ରାତି ଅଧରେ ପଶି ହଙ୍ଗାମା କରିବା ସହ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ମହିଳା ଖାରବେଳନଗର ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଅଭିଯୋଗ ଆଧାରରେ ପୁଲିସ ଅରୁଣ କୁମାର ବିଶ୍ୱାଳଙ୍କୁ ଥାନାକୁ ଡାକି ପଚରାଉଚରା କରିଥିବା ସୂଚନା ମିଳିଛି।
ମହିଳାଙ୍କ ଅଭିଯୋଗ ଅନୁଯାୟୀ, ଘଟଣାଟି ରାତିରେ ଘଟିଥିଲା। ତେବେ ଏହି ଅଭିଯୋଗର ସମ୍ପୂର୍ଣ୍ଣ ତଥ୍ୟ ଏବଂ ଘଟଣାର ପ୍ରକୃତ କାରଣ ନେଇ ପୁଲିସ ତଦନ୍ତ ଜାରି ରଖିଛି। ଅଭିଯୋଗର ସତ୍ୟତା ଓ ଘଟଣାର ପ୍ରକୃତ ପରିସ୍ଥିତି ପୁଲିସ ତଦନ୍ତ ପରେ ସ୍ପଷ୍ଟ ହେବ।








