ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ- SBIePay ସହଭାଗିତା

“SUJOG” ଜରିଆରେ ନାଗରିକଙ୍କୁ ମିଳିବ ସୁରକ୍ଷିତ, ସୁବିଧାଜନକ ଓ ସହଜ ଡିଜିଟାଲ୍ ପେମେଣ୍ଟ ସୁବିଧା

ଭୁବନେଶ୍ୱର: ରାଜ୍ୟର ସହରାଞ୍ଚଳରେ ଡିଜିଟାଲ୍ ପେମେଣ୍ଟ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଏବଂ “SUJOG” ପ୍ଲାଟଫର୍ମ ଜରିଆରେ ନାଗରିକଙ୍କୁ ସୁଗମ, ସୁରକ୍ଷିତ ଓ ନାଗରିକକୈନ୍ଦ୍ରିକ ପେମେଣ୍ଟ ସେବା ଯୋଗାଇଦେବା ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ପେମେଣ୍ଟ ଆଗ୍ରିଗେଟର୍ ସେବା SBIePay ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।।

ଓଡ଼ିଶା ସରକାରଙ୍କ ପକ୍ଷରୁ ବିଭାଗର ଅତିରିକ୍ତ ସଚିବ ଶ୍ରୀ ସୁଭେନ୍ଦୁ ସାହୁ ଏବଂ SBI ପକ୍ଷରୁ DGM, D&TB ଶ୍ରୀ ସୁଶାନ୍ତ କୁମାର ଦାଶ ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିଲେ। ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏସ୍ ବି ଆଇ ଓଡ଼ିଶା ସର୍କଲ୍‌ର ମୁଖ୍ୟ ମହାପ୍ରବନ୍ଧକ ଶ୍ରୀ ରାକେଶ ଯାଦବ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ ।

ଏହି ସହଭାଗିତା ଫଳରେ ନାଗରିକମାନେ “SUJOG” ପ୍ଲାଟଫର୍ମ ଜରିଆରେ ବିଭିନ୍ନ ପୌର ସେବା, ଟିକସ, ଫି’ ଏବଂ ୟୁଟିଲିଟି ଚାର୍ଜ ପାଇଁ ଅନ୍‌ଲାଇନ୍‌ରେ ପେମେଣ୍ଟ କରିପାରିବେ । ଏଥିପାଇଁ ଇଣ୍ଟରନେଟ୍ ବ୍ୟାଙ୍କିଂ, ମୋବାଇଲ୍ ବ୍ୟାଙ୍କିଂ ଏବଂ ଡିଜିଟାଲ୍ ୱାଲେଟ୍‌ ଭଳି ବିଭିନ୍ନ ଡିଜିଟାଲ୍ ପେମେଣ୍ଟ ବିକଳ୍ପ ଉପଲବ୍ଧ ହେବ ।

ଏହି ପଦକ୍ଷେପର ଲକ୍ଷ୍ୟ ହେଉଛି ନାଗରିକଙ୍କ ପାଇଁ ସରକାରୀ ପେମେଣ୍ଟ ବ୍ୟବସ୍ଥାକୁ ଅଧିକ ସୁବିଧାଜନକ ଓ ସହଜଲଭ୍ୟ କରିବା ସହିତ ନିୟମିତ ପୌର କାରବାର ପାଇଁ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତାକୁ କମାଇବା । ଏହା ସହରାଞ୍ଚଳ ଶାସନରେ ସ୍ୱଚ୍ଛତା, ଦକ୍ଷତା ଓ ପେମେଣ୍ଟ ପ୍ରକ୍ରିୟାର ସୁଗମତାକୁ ଆହୁରି ବଢ଼ାଇବ ।

ଏହି ପେମେଣ୍ଟ ବ୍ୟବସ୍ଥାର ଏକ ପ୍ରମୁଖ ବୈଶିଷ୍ଟ୍ୟ ହେଉଛି ସଂଗୃହୀତ ଅର୍ଥର ସୁଗମ ସେଟଲମେଣ୍ଟ ବ୍ୟବସ୍ଥା । ପେମେଣ୍ଟ ଗେଟୱେ ଜରିଆରେ ପ୍ରାପ୍ତ ଅର୍ଥ ସମ୍ପୃକ୍ତ ପୌର ସଂସ୍ଥା ଗୁଡ଼ିକର ନିର୍ଦ୍ଦିଷ୍ଟ ବ୍ୟାଙ୍କ ଖାତାକୁ T+1 ବ୍ୟବସାୟିକ ଦିବସ ଆଧାରରେ ସିଧାସଳଖ ସେଟଲମେଣ୍ଟ କରାଯିବ । ଫଳରେ ସଂଗ୍ରହର ସ୍ୱଚ୍ଛ ହିସାବ, ମେଳକରଣ ଓ ଟ୍ରାକିଂ ସମ୍ଭବ ହେବ l ଏହା ଡିଜିଟାଲ୍ ପେମେଣ୍ଟ ସେବାରେ ଅଧିକ ସ୍ୱଚ୍ଛତା ଆଣିବା ସହ ନାଗରିକଙ୍କ ଆସ୍ଥାକୁ ଆହୁରି ସୁଦୃଢ଼ କରିବ l

ଏହି ଅବସରରେ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ, ‘SUJOG’ ପ୍ଲାଟଫର୍ମକୁ ସୁଦୃଢ଼ କରିବାରେ ଷ୍ଟେଟବ୍ୟାଙ୍କ ତରଫରୁ ମିଳିଥିବା ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ । ସେ କହିଥିଲେ ଯେ, ଏହି ସହଭାଗିତା ଡିଜିଟାଲ୍ ମାଧ୍ୟମରେ ନାଗରିକ ସେବାର ଦକ୍ଷତା, ସୁବିଧା ଓ ସହଜଲଭ୍ୟତାକୁ ଆହୁରି ବଢ଼ାଇବାରେ ସହାୟକ ହେବ ।

ଷ୍ଟେଟବ୍ୟାଙ୍କ ଓଡ଼ିଶା ସର୍କଲ୍‌ର ମୁଖ୍ୟ ମହାପ୍ରବନ୍ଧକ ଶ୍ରୀ ରାକେଶ ଯାଦବ ଏହି ପଦକ୍ଷେପର ସଫଳ କାର୍ଯ୍ୟାନ୍ୱୟନ ଏବଂ SUJOG ଅଧୀନରେ ଡିଜିଟାଲ୍ ପେମେଣ୍ଟ ପରିବେଶକୁ ଆହୁରି ସୁଦୃଢ଼ କରିବା ପାଇଁ ବ୍ୟାଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଓ ସମର୍ଥନ ଯୋଗାଇଦିଆଯିବ ବୋଲି ଆଶ୍ୱାସନ ଦେଇଥିଲେ ।

ଏହି ସହଭାଗିତା ଓଡ଼ିଶାର ଡିଜିଟାଲ୍ ସହରାଞ୍ଚଳ ଶାସନ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ପୌର ସେବା ପ୍ରଦାନ ବ୍ୟବସ୍ଥା ସହ ଏକ ସମନ୍ୱିତ ଓ ସୁରକ୍ଷିତ ପେମେଣ୍ଟ ଗେଟୱେକୁ ସଂଯୋଜନ କରିବା ଫଳରେ ରାଜ୍ୟର ନାଗରିକମାନଙ୍କ ପାଇଁ ସହରାଞ୍ଚଳ ଟିକସ, ଫି’ ଓ ୟୁଟିଲିଟି ଚାର୍ଜ ପୈଠ କରିବା ଅଧିକ ଦ୍ରୁତ, ସରଳ, ସୁରକ୍ଷିତ ଓ ସୁବିଧାଜନକ ହୋଇପାରିବ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ