ମହିଳାଙ୍କ ସୁରକ୍ଷା ଆଇନ ସଂପର୍କିତ ପ୍ରଶିକ୍ଷଣ ଶିବିର

ଦେବଗଡ଼:ଜିଲ୍ଲା ସମାଜ ମଙ୍ଗଳ ବିଭାଗ ପକ୍ଷରୁ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ପାରିବାରିକ ହିଂସାରୁ ମହିଳାଙ୍କ ସୁରକ୍ଷା ଆଇନ ସଂପର୍କିତ ଏକ ଦିବସୀୟ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁରତି ପ୍ରଧାନଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ଶିବିରରେ ଡା.ସ୍ମିତା ମାରାଣ୍ଡି,ସହକାରୀ ଉପନିରୀକ୍ଷକ ଲକ୍ଷ୍ମୀପ୍ରିୟା ସାହୁ,ଆଇନଜୀବୀ ପ୍ରୀତିପରିମିତା ବେହେରା ,କାଉନସିଲର ଇତିଶ୍ରୀ ମିଶ୍ର,ଡିଆଇପିଆରଓ ମନୋରଞ୍ଜନ ସୂତାର ଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିଥିଲେ।ଶିବିରରେ ପ୍ରଶିକ୍ଷକ ଭାବେ ସକ୍ଷୀ କେନ୍ଦ୍ର ପ୍ରଶାସକ ଅଶ୍ଵିନୀ ଦାସ ଓ ଆଇନଜୀବୀ ପ୍ରୀତିପରିମିତା ବେହେରା ଘରୋଇ ହିଂସାର ଶିକାର ହେଉଥିବା ମହିଳାଙ୍କୁ ଆଇନଗତ ସୁରକ୍ଷା ଓ ଅଧିକାର ଉପଲବ୍ଧ ସରକାରୀ ସହାୟତା ଓ ସେବା ବ୍ୟବସ୍ଥା ସମ୍ପର୍କରେ ଅବଗତ କରାଇବା, ଆଇନର ସଠିକ୍ କାର୍ଯ୍ୟକାରିତା ପାଇଁ ଜଡିତ ଅଧିକାରୀ ଓ କର୍ମଚାରୀଙ୍କ ଦକ୍ଷତା ବୃଦ୍ଧି କରିବା ସଂପର୍କରେ ଆଲୋକପାତ କରିଥିଲେ।ଏହି କାର୍ଯ୍ୟକ୍ରମରେ ସମସ୍ତ ସିଡିପିଓ,ଏସଏଚଜି ସଦସ୍ୟା,ବିଭିନ୍ନ ସଂସ୍ଥାର କର୍ମଚାରୀ ଓ ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ରର କର୍ମଚାରୀ ଉପସ୍ଥିତ ଥିଲେ।ଜିଲ୍ଲା ମହିଳା ସଶକ୍ତିକରଣ କେନ୍ଦ୍ର ଜିଲ୍ଲା ସଂଯୋଜକ ସତ୍ୟବ୍ରତ ବେହେରା କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ପ୍ରୋଗ୍ରାମମ ଅଫିସର ତଥା ପ୍ରୋଟେକସନ ଅଫିସର ଜ୍ୟୋତ୍ସ୍ନା ତନ୍ତୀ ଧନ୍ୟବାଦ ଦେଇଥିଲେ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ