ବିଧାନସଭା: ଟ୍ରାଫିକ କଟକଣା ଜାରି

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୨୨ରୁ ବିଧାନସଭା ଅଧିବେଶନ। ସପ୍ତଦଶ ବିଧାନସଭାର ସପ୍ତମ ଅଧିବେଶନ ଅକ୍ଟୋବର ୩ ପର୍ଯ୍ୟନ୍ତ ପର୍ଯ୍ୟନ୍ତ ଚାଲିବ। ଏନେଇ କମିଶନରେଟ ପୋଲିସ ପକ୍ଷରୁ କଟକଣା ଜାରି କରାଯାଇଛି। ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଏହି କଟକଣା ରହିବ।ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ଓଡ଼ିଶା ସହରାଞ୍ଚଳ ଆଇନ୍‌ ୨୦୦୩ ର ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ର ଧାରା ୮) ଏବଂ ପୋଲିସ କମିଶନରେଟ ଟ୍ରାଫିକ୍‌ ଓ ପବ୍ଲିକ୍‌ ଅର୍ଡର ଓ ରେଗୁଲେଶନ ୨୦୦୮ ଧାରା ୩୬ ଅନୁସାରେ କଟକଣା ଜାରି ହୋଇଛି। କମିଶନରେଟ ପୋଲିସ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଜାଣନ୍ତୁ ଟ୍ରାଫିକ କଟକଣା
୧. ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ କେଶରୀ ଟକୀଜ୍‌ ଠାରୁ ବାମ ପାର୍ଶ୍ୱ ରାସ୍ତା ଦେଇ ନିଜ ଗନ୍ତବ୍ୟସ୍ଥଳକୁ ଯାଇପାରିବେ ।

୨. ଏ.ଜି. ଛକ ପଟୁ ପି.ଏମ୍‌.ଜି. ଛକ ଆଡ଼କୁ ଆସୁଥିବା ସମସ୍ତ ଯାନବାହନଗୁଡ଼ିକ ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ୱରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟସ୍ଥଳକୁ ଯାଇ ପାରିବେ ।

୩. ମାଷ୍ଟର କ୍ୟାଣ୍ଟିନ୍‌ ଛକ ପଟୁ ଆସୁଥିବା ସମସ୍ତ ଯାନବାହନଗୁଡ଼ିକ ଲୋୟର ପି.ଏମ୍‌.ଜି. ଛକ ଠାରୁ ବାମ କିମ୍ବା ଡାହାଣ ପାର୍ଶ୍ୱ ରାସ୍ତା ଦେଇ ଯାଇପାରିବେ ।

୪. ୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନଗୁଡ଼ିକ ପାଣ୍ଡରା ହାଉସ୍‌ ଛକ ଦେଇ ଯିବେ ।

୫. ଲୋକଭବନ ଛକ ପଟୁ ଏମ୍‌.ଏଲ୍‌.ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହନଗୁଡ଼ିକ ଶାସ୍ତ୍ରୀ ନଗର ଛକ ଦେଇ ଯିବେ ।

ଏସବୁ କଟକଣାଗୁଡ଼ିକ ଜରୁରୀକାଳୀନ କାର୍ଯ୍ୟରେ ନିୟୋଜିତ ଥିବା ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ ଗାଡି ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଯାନବାହନ ପାଇଁ ଲାଗୁ ହେବନାହିଁ । କଟକଣାଗୁଡ଼ିକ ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ ବଳବତ୍ତର ରହିବ ବୋଲି ଉଲ୍ଲେଖ କରାଯାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ