ବିନା ଅନୁମତିରେ ଗଛ କାଟି ଫରେଷ୍ଟର ସ୍‌ପେଣ୍ଡ

ନବରଙ୍ଗପୁର: ବିନା ଅନୁମତିରେ ଗଛ କାଟିବା ଫରେଷ୍ଟରଙ୍କ ଉପରେ ମହଙ୍ଗା ପଡ଼ିଛି । ରାସ୍ତା ପ୍ରଶସ୍ତୀକରଣ ନାଁରେ ନୀଳଗିରି ଗଛ କାଟିବା ଘଟଣାରେ ତତ୍କାଳୀନ ନବରଙ୍ଗପୁର ଜିଲ୍ଲା ଝରିଗାଁ ରେଞ୍ଜ ମୋହରା ସେକ୍ସନ ଫରେଷ୍ଟର ତଥା ବର୍ତ୍ତମାନର ଡାବୁଗାଁ ରେଞ୍ଜ ମୈଦଲପୁର ସେକ୍ସନ ଫରେଷ୍ଟର ବିପିନ କୁମାର ହରିଜନଙ୍କ ବିରୋଧରେ ବନ ବିଭାଗ ପକ୍ଷରୁ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଡିଏଫଓ (DFO) ଉଦୟନ ସୁବୁଦ୍ଧି, ଫରେଷ୍ଟର ବିପିନ କୁମାର ହରିଜନଙ୍କୁ ଚାକରିରୁ ନିଳମ୍ବିତ କରିଛନ୍ତି । ନିଲମ୍ବିତ ଫରେଷ୍ଟରଙ୍କୁ ଡିଏଫଓ କାର୍ଯ୍ୟାଳୟରେ ଅବସ୍ଥାପିତ କରାଯାଇଛି । ବିନା ଅନୁମତିରେ ଜିଲ୍ଲା ସଦର ମହକୁମା ଛାଡି ସେ ଯାଇ ପାରିବେନି ବୋଲି ନିର୍ଦ୍ଦେଶରେ ଉଲ୍ଲେଖ ରହିଛି ।

ଝରିଗାଁ ରେଞ୍ଜ ଅଞ୍ଚଳର ଦେଓବନ୍ଧ ଠାରୁ ଜାମାପଦର ରାସ୍ତାପାର୍ଶ୍ଵର ପ୍ରଶସ୍ତୀକରଣ ଚାଲିଥିବା ବେଳେ ଉଚ୍ଚପଦସ୍ଥ ଅଧିକାରୀଙ୍କ ବିନା ଅନୁମତିରେ ଫରେଷ୍ଟର ବିପିନ କୁମାର ହରିଜନ ପାକାପାଖି ୨୦ଟି ନୀଳଗିରି ଗଛ କାଟି ବେପାରୀଙ୍କ ହାତକୁ ଟେକି ଦେଇଥିଲେ । ବ୍ୟାପକ ଅର୍ଥ କାରବାର ହୋଇଥିବା ଅଭିଯୋଗ ହୋଇଥିଲା । ବିଭାଗୀୟ ଉଚ୍ଚ ଅଧିକାରୀଙ୍କ ନାଁରେ ଫରେଷ୍ଟର ବାବୁ ଟଙ୍କା ଆଦାୟ କରିଥିବା ତଦନ୍ତ ବେଳେ ଜଣାପଡିଥିଲା । ଅନ୍ୟପକ୍ଷରେ ସଂପୃକ୍ତ ଅଞ୍ଚଳରେ ରାସ୍ତା ପ୍ରଶସ୍ତୀକରଣ ପାଇଁ କୌଣସି ବିଭାଗ ପକ୍ଷରୁ ବନ ବିଭାଗକୁ ଅନୁମତି ମଗାଯାଇ ନଥିଲା । ନିଜ ଇଚ୍ଛାରେ ରାସ୍ତା ପ୍ରଶସ୍ତୀକରଣ ନାଁରେ ଲୋକ ଲଗାଇ ୨୦ଟି ନୀଳଗିରି ଗଛ କାଟି ଫରେଷ୍ଟର ପଦା କରିଦେଇଥିବା ଅଭିଯୋଗ ହୋଇଥିଲା ।
ଅଭିଯୋଗକୁ ଡିଏଫଓ ସୁବୁଦ୍ଧି ଗୁରୁତ୍ବ ସହିତ ନେଇଥିଲେ । ତଦନ୍ତ ପରେ ଫରେଷ୍ଟରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ । ଫରେଷ୍ଟର ସନ୍ତୋଷଜନକ ଉତ୍ତର ଦେଇପାରି ନଥିବାରୁ ନବରଙ୍ଗପୁର ବନଖଣ୍ଡ ଅଧିକାରୀ ତାଙ୍କୁ ନିଲମ୍ବିତ କରିଥିବା ଜଣାପଡିଛି । ଡାବୁଗାଁ ରେଞ୍ଜ ଅନ୍ତର୍ଗତ ମୈଦଲପୁର ସେକ୍ସନର ଫରେଷ୍ଟର ବିପିନ କୁମାର ହରିଜନଙ୍କୁ ଓଡ଼ିଶାର ନବରଙ୍ଗପୁର ଡିଭିଜନାଲ ଫରେଷ୍ଟ ଅଫିସର (ଡିଏଫଓ) ନିଲମ୍ବିତ କରିଛନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ