୨୧ ତାରିଖ ସୁଦ୍ଧା ଅବପାତ

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତ କରି ଆହୁରି ଘନୀଭୂତ ହେବ। ୨୧ ତାରିଖ ସୁଦ୍ଧା ଅବପାତ ଓ ୨୨ ସୁଦ୍ଧା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଗଭୀର ଅବପାତରେ ପରିଣତ ହୋଇପାରେ। ୨୩ ତାରିଖ ସକାଳ ସୁଦ୍ଧା ଗଭୀର ଅବପାତ ବଙ୍ଗୋପସାଗରର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ଦିଗରେ ଉପକୂଳ ଛୁଇଁବା ପରେ ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଆଗକୁ ବଢ଼ିବ। ତେବେ ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିଥିବାବେଳେ ଆସନ୍ତା ୫ଦିନ ଯାଏ ପ୍ରବଳ ବର୍ଷିବ। ବିଶେଷକରି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଅଞ୍ଚଳରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେବା ସହ ସତର୍କ କରିଛି।
ଅନ୍ୟପକ୍ଷରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତିଙ୍କ ସୂଚନା ଅନୁଯାୟୀ, ଲଘୁଚାପ କ୍ଷେତ୍ରଟି ସମ୍ପୂର୍ଣ୍ଣ ରୂପ ନେବା ପରେ ହିଁ ଏହାର ତୀବ୍ରତା ଏବଂ ଗତିପଥ ସମ୍ପର୍କରେ ସ୍ପଷ୍ଟ ଚିତ୍ର ମିଳିପାରିବ। ତେବେ ବର୍ତ୍ତମାନଠାରୁ ବାତ୍ୟାକୁ ନେଇ କୌଣସି ପ୍ରକାର ଆତଙ୍କିତ ବା ଭୟଭୀତ ନ ହେବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି। ୨୨ ତାରିଖରୁ ବର୍ଷା ପରିମାଣ ବଢ଼ିବ। ଏନେଇ ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ସେହିପରି ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ୧୨ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଦିଆଯାଇଛି। ୨୩ ଓ ୨୪ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାକୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏହାବ୍ୟତୀତ ବାଲେଶ୍ୱର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ ସମେତ ୮ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ନିଂ ରହିଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ଲଘୁଚାପଜନିତ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଛନ୍ତି। ୨୦ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ଓ ଆଉ ୧୦ ଜିଲାକୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିଲେ ତୁରନ୍ତ ପଦକ୍ଷେପ ନେବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବା ସହ ଘଣ୍ଟାପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ଆଶଙ୍କା ଥିବାରୁ ୨୧ ତାରିଖରୁ ଆଗାମୀ ସୂଚନା ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ବାରଣ କରାଯାଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ