ସାତଭାୟାରେ ୨ଶହ ଫୁଟ କୂଳ ଲଙ୍ଘିଲା ସମୁଦ୍ର

ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ସାତଭାୟାରେ ୨ଶହ ଫୁଟ କୂଳ ଲଙ୍ଘିଲା ସମୁଦ୍ର । ଧସିଲା ବାଲି ପାହାଡ଼, ଉପୁଡିଲା ଗଛ, ଜମିରେ ମାଡିଗଲା ବାଲିଚର । ଗଭୀର ଅବପାତ ପ୍ରଭାବରେ ଅଶାନ୍ତ ହୋଇଛି ସମୁଦ୍ର । ଉଠୁଛି ଉଚ୍ଚ ଜୁଆର । ରାଜନଗରରେ ତୁହାକୁ ତୁହା ବର୍ଷା ଲାଗି ରହିଛି । ପୂର୍ବରୁ ମା ପଞ୍ଚୁବରାହୀଙ୍କ ପୁରୁଣା ମନ୍ଦିର ସମୁଦ୍ର ଗର୍ଭରେ ଲୀନ ହୋଇଥିବା ବେଳେ ଏବେ ସାତଭାୟାର ବାଲି ପାହାଡ଼କୁ ସମୁଦ୍ର ତା ଗର୍ଭକୁ ଟାଣି ନେଇଛି । ଫଳରେ ସମୁଦ୍ର କୂଳିଆ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି ।
ସେପଟେ ଜଗତସିଂହପୁର ଜିଲ୍ଲା ଶିଆଳି ଓ ରାମତରା ନିକଟରେ କୂଳ ଲଙ୍ଘିଲା ସମୁଦ୍ର । ରାମତରା ମୀରା ସି-ବିଚ୍ ରେ ବାଲି ବସ୍ତା ଭାଙ୍ଗି ୧୦୦ ଫୁଟର ବିରାଟ ଘାଇ ସୃଷ୍ଟି ହୋଇଛି । ଗତବର୍ଷ ମଧ୍ୟ ଠିକ୍ ଏହି ସ୍ଥାନରେ ଘାଇ ହୋଇଥିଲା ଏବଂ ଏବେ ପୁଣିଥରେ ବାଲି ବସ୍ତା ଭସାଇ ନେଇଛି । ଏହି ଘାଇ ଦେଇ ସମୁଦ୍ରର ଲୁଣା ପାଣି ସିଧାସଳଖ ନଦୀ ଏବଂ ଚାଷ ଜମିରେ ପଶିଯାଇଛି । ଚାଷ ଜମିରେ ଲୁଣା ପାଣି ମାଡ଼ିଯିବା ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହେବା ନେଇ ଆଶଙ୍କା ବଢ଼ିଯାଇଛି। ସମୁଦ୍ରର ଉଗ୍ର ରୂପ ଦେଖି ସ୍ଥାନୀୟ ଗ୍ରାମବାସୀ ଛାନିଆ ହୋଇଯାଇଛନ୍ତି ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ