‘ସମ୍ବନ୍ଧ’ର ଶୁଭାରମ୍ଭ ; ‘ସମବାୟ ଅନ୍ନଦାତାଙ୍କ ଜୀବନରେଖା’-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସମବାୟ ସଂସ୍ଥା କୌଣସି ରାଜନୈତିକ ମଞ୍ଚ ନୁହେଁ। ଏହା ହେଉଛି ଆମର ଅନ୍ନଦାତା ଚାଷୀ ଭାଇଭଉଣୀଙ୍କ ଜୀବନରେଖା। ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏହା କହିଛନ୍ତି। ଓୟୁଏଟି କୃଷି ଶିକ୍ଷା ସଦନଠାରେ ଆୟୋଜିତ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ, ‘ସମ୍ବନ୍ଧ’ କେବଳ ଗୋଟିଏ ଯୋଜନାର ଶୁଭାରମ୍ଭ ନୁହେଁ, ବରଂ ଏହା ସରକାର ଏବଂ ରାଜ୍ୟର ପ୍ରତ୍ୟେକ ଚାଷୀ ପରିବାର ମଧ୍ୟରେ ନିବିଡ଼ ସମ୍ପର୍କ ଓ ବିଶ୍ୱାସର ବନ୍ଧନକୁ ସୁଦୃଢ଼ କରିବାର ଏକ ଅଭିନବ ପ୍ରୟାସ। କୃଷକଙ୍କୁ ବିପୁଳ ସଂଖ୍ୟାରେ ପାକ୍ସ ଓ ଲାମ୍ପ୍ସରେ ଯୋଡ଼ି ହେବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ସହକାର୍ ସେ ସମୃଦ୍ଧି’ ଆହ୍ୱାନ ଏବଂ କେନ୍ଦ୍ର ସମବାୟ ମନ୍ତ୍ରୀ ଅମିତ ଶାହାଙ୍କ ମାର୍ଗଦର୍ଶନକୁ ପାଥେୟ କରି ଓଡ଼ିଶା ଭାରତର ପ୍ରଥମ ରାଜ୍ୟ ଭାବେ ‘ସମବାୟ ନୀତି ୨୦୨୬’ ପ୍ରଣୟନ କରିଛି। ଏହି ନୂତନ ନୀତି ଅଧୀନରେ ପାକ୍ସ ଓ ଲାମ୍ପ୍ସଗୁଡ଼ିକୁ କେବଳ ଋଣ ପ୍ରଦାନ ମଧ୍ୟରେ ସୀମିତ ନ ରଖି ଗ୍ରାମାଞ୍ଚଳର ‘ମଲ୍ଟି-ସର୍ଭିସ୍ ୱାନ୍-ଷ୍ଟପ୍ ସଲ୍ୟୁସନ୍’ ସେଣ୍ଟରରେ ପରିଣତ କରାଯାଉଛି। ଚାଷୀଙ୍କୁ ଧାନ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କା ଏମ୍‌ଏସ୍‌ପି ପ୍ରଦାନ କରାଯାଉଥିବା ବେଳେ ଗୋଟିଏ ଛାତ ତଳେ ସାର, ବିହନ, ଆଧୁନିକ କୃଷି ଯନ୍ତ୍ରପାତି, ବ୍ୟାଙ୍କିଙ୍ଗ୍, ଫସଲ ବୀମା ଓ ଦୁଗ୍ଧ ସଂଗ୍ରହ ସୁବିଧା ଯୋଗାଇ ଦିଆଯାଉଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୮୫ଟି ରୂପାନ୍ତରିତ ମଣ୍ଡି, ୫୦ଟି କଷ୍ଟମ୍ ହାୟାରିଂ ସେଣ୍ଟର୍‌, ୨୫୦ଟି ଜନସେବା କେନ୍ଦ୍ର, ୬୦ଟି ନୂତନ କଞ୍ଜ୍ୟୁମର ଷ୍ଟୋର୍, ୭୦ଟି ପାକ୍ସର ନୂତନ କାର୍ଯ୍ୟାଳୟ ଓ ଗୋଦାମ ଘର, ୨୧ଟି ପାକ୍ସରେ ଦୁଗ୍ଧ ସଂଗ୍ରହ କେନ୍ଦ୍ର ଉଦ୍‌ଘାଟନ କରିବା ସହିତ ୪ଟି ଆଦର୍ଶ ମଣ୍ଡି ଏବଂ ବିଶ୍ୱର ସର୍ବବୃହତ୍ ଶସ୍ୟ ସଂରକ୍ଷଣ ଯୋଜନାରେ ୩ଟି ଶସ୍ୟ ଗୋଦାମ ଘରର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ସମବାୟ ସମିତିଗୁଡ଼ିକର କାର୍ଯ୍ୟଶୈଳୀକୁ ଅଧିକ ସ୍ୱଚ୍ଛ ଓ ଦକ୍ଷ କରିବା ପାଇଁ ନ୍ୟାସନାଲ ପାକ୍ସ ସଫ୍ଟୱେର୍ ମାଧ୍ୟମରେ କୋର୍ ବ୍ୟାଙ୍କିଙ୍ଗ୍ ଓ ରିୟଲ-ଟାଇମ୍ ସେଟେଲମେଣ୍ଟ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଏହି କ୍ରମରେ ୩୦୦ଟି ପାକ୍ସରେ ଏନ୍‌ଏଲ୍‌ପିଏସ୍ ମାଧ୍ୟମରେ ଅନ୍‌ଲାଇନ୍ ବ୍ୟବସ୍ଥାର ଶୁଭାରମ୍ଭ କରିଥିଲେ।
ଏହି ଅବସରରେ ପ୍ରଥମଥର ପାଇଁ ପାକ୍ସ ଓ ଲାମ୍ପ୍ସର ଚାଷୀ-ସଦସ୍ୟଙ୍କୁ ଲାଭାଂଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ କରାଯାଇଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲାଭାଂଶ ବଣ୍ଟନ ପ୍ରକ୍ରିୟା ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ୩୨୨ଟି ପାକ୍ସ ଓ ଲାମ୍ପ୍ସର ଚାଷୀଙ୍କୁ ଲାଭାଂଶ ପ୍ରଦାନ କରିଛନ୍ତି। ଏହି ପ୍ରକ୍ରିୟାରେ ୨୦୨୪-୨୫ ଆର୍ଥିକ ବର୍ଷରେ ସମୁଦାୟ ୫୦୦ରୁ ଅଧିକ ସମିତିର ପ୍ରାୟ ୮ଲକ୍ଷ ଚାଷୀ ଲାଭାନ୍ୱିତ ହେବେ। ରାଜ୍ୟର ଆଖୁ ଚାଷୀଙ୍କ ଆୟ ବୃଦ୍ଧି ଓ ସମବାୟ ଚିନି ଶିଳ୍ପର ପୁନରୁଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀ ‘ସମବାୟ ଚିନି ଶିଳ୍ପ ଅଞ୍ଚଳରେ ଆଖୁ ଉତ୍ପାଦନ ପ୍ରୋତ୍ସାହନ’ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ଅଧୀନରେ ପ୍ରାରମ୍ଭିକ ପର୍ଯ୍ୟାୟରେ ବଡ଼ମ୍ବା ଓ ଆସିକା ସମବାୟ ଚିନି କଳ ଅଞ୍ଚଳର ଚାଷୀଙ୍କୁ ଏକର ପ୍ରତି ୧୫,୦୦୦ ଟଙ୍କାର ଇନ୍‌ପୁଟ୍ ସବ୍‌ସିଡି ପ୍ରଦାନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଖୁ ଚାଷୀଙ୍କୁ ଉଚ୍ଚ ସୁଗାର କଣ୍ଟେଣ୍ଟ ଥିବା ଉନ୍ନତମାନର ଆଖୁ ବିହନ ଯୋଗାଇବାକୁ କୃଷି ବିଭାଗକୁ ନିର୍ଦେଶ ଦେଇଛନ୍ତି।
ଏଥିସହ ମୁଖ୍ୟମନ୍ତ୍ରୀ ଓଡ଼ିଶା ରାଜ୍ୟ ପଣ୍ୟାଗାର ନିଗମର ୧୧ଜଣ ସହକାରୀ ଅଧୀକ୍ଷକ, ୧୯ଜଣ ପଣ୍ୟାଗାର ସହାୟକ ଏବଂ ୩୬ଜଣ ସମବାୟ ନିରୀକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଥିଲେ। କାର୍ଯ୍ୟକ୍ରମରେ ଆୟୋଜିତ ଏକ ପ୍ରଦର୍ଶନୀ ମୁଖ୍ୟମନ୍ତ୍ରୀ ବୁଲି ଦେଖିଥିଲେ। ଏହି ସମାରୋହରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସମବାୟ ମାଧ୍ୟମରେ ହିଁ ଗ୍ରାମୀଣ ଅର୍ଥନୀତିର ଦ୍ରୁତ ବିକାଶ ସମ୍ଭବ ବୋଲି ପ୍ରକାଶ କରିଥିଲେ। ମୁଖ୍ୟ ସଚିବ ଅନୁ ଗର୍ଗ ୨୦୩୬ ଓ ୨୦୪୭ ଲକ୍ଷ୍ୟ ପୂରଣ ଦିଗରେ ସମବାୟର ମହତ୍ତ୍ବପୂର୍ଣ୍ଣ ଭୂମିକା ରହିଥିବା କହିଥିଲେ। କୃଷି ସଚିବ ସଚିନ ରାମଚନ୍ଦ୍ର ଯାଦବ, ହସ୍ତତନ୍ତ ସଚିବ ଗୁହା ପୁନମ୍ ତାପସ କୁମାର ପ୍ରମୁଖ ଉପସ୍ଥିତ ଥିଲେ। ସମବାୟ ବିଭାଗ ସଚିବ ରାଜେଶ ପ୍ରଭାକର ପାଟିଲ ସ୍ୱାଗତ ଭାଷଣ ଏବଂ ସମବାୟ ସମିତି ସମୂହର ରେଜିଷ୍ଟ୍ରାର ମନୀଷ ଅଗ୍ରୱାଲ ଧନ୍ୟବାଦ ଦେଇଥିଲେ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ