ପୋର୍ଟାଲରେ ରହିବ ଶ୍ରୀଜଗନ୍ନାଥଙ୍କ ଜମି ଦଖଲକାରୀଙ୍କ ତଥ୍ୟ

ଭୁବନେଶ୍ୱର :ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ ଅଣସେବାୟତଙ୍କୁ ଜମି ଅଧିକାର ପ୍ରଦାନ ନେଇ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା ।

ବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ ଓ ସ୍ୱଚ୍ଛ କରିବା ପାଇଁ ଏକ ଇ-ପୋର୍ଟାଲର ବିକାଶ କରାଯିବ । ଏଥିରେ ଶ୍ରୀଜଗନ୍ନାଥଙ୍କ ଜମି ଭୋଗଦଖଲ କରୁଥିବା ସେବାୟତ ଓ ଅଣସେବାୟତମାନେ ନିଜ ନିଜର ତଥ୍ୟ ସହଜ ଓ ସରଳ ଉପାୟରେ ପ୍ରଦାନ କରିପାରିବେ । ଏହା ଦ୍ୱାରା ଜମି ଦଖଲରେ ଥିବା ସମସ୍ତଙ୍କ ଏକ ସମ୍ପୂର୍ଣ୍ଣ ଡାଟାବେସ୍ ପ୍ରସ୍ତୁତ ହେବା ସହ ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ବ୍ୟବସ୍ଥା ଅଧିକ ସହଜ ଓ ଶୃଙ୍ଖଳିତ ହୋଇପାରିବ । ଏହି ବ୍ୟବସ୍ଥାକୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିବା ସହ ଇ-ପୋର୍ଟାଲକୁ ଅଧିକ ଉପଯୋଗୀ କରିବା ନେଇ ଆବଶ୍ୟକ ପରାମର୍ଶ ଦେଇଥିଲେ ।

ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପରିଚାଳକ ତଥା ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ବିଶାଲ ଦେବ, ଆଇନ ବିଭାଗ ପ୍ରମୁଖ ଶାସନ ସଚିବ ଡ. ପବିତ୍ର ମୋହନ ସାମଲ, ଅତିରିକ୍ତ ଶାସନ ସଚିବ ଶ୍ରୀ ଶିବପ୍ରସାଦ ମହାପାତ୍ର ଅଂଶଗ୍ରହଣ କରିଥିଲେ । ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା ଆଭାସି ମାଧ୍ୟମରେ ଯୋଗ ଦେଇଥିବାବେଳେ ଓକାକ୍ ଓଏନ୍ଆଇସିର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ