ସିଆଇଏସଏଫ୍ କନ୍‌ଷ୍ଟେବଲ୍‌ଙ୍କ ଗୁଳିରେ ୪ ସହକର୍ମୀ ମୃତ

ଜମ୍ମୁ : ଜମ୍ମୁ କାଶ୍ମୀରର କାଠୁଆ ଜିଲାରେ ମୁତୟନ ଥିବା ସିଆଇଏସଏଫର ହେଡ କନଷ୍ଟେବଲ ଅଦ୍ୱେଷ କୁମାରଙ୍କ ଗୁଳିରେ ସିଆଇଏସଏଫର ଜଣେ ଅଫିସରଙ୍କ ସମେତ ୪ ଜଣଙ୍କ ମୃତ୍ୟୁ ଘଟିଛି । ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟା ବେଳେ କାଠୁଆ ଜିଲାର ମସ୍କା ଅଂଚଳର ସେବା ପ୍ରୋଜେକ୍ଟରେ ମୁତୟନ ଥିବା ହେଡକନଷ୍ଟେବଲ ଅଦ୍ୱେଷ ନିଜ ଏ.କେ-୪୭ ରାଇଫଲରୁ ଅନ୍ଧାଧୁନ ଗୁଳି ଚଳାଇବାରୁ ଗୋଟିଏ ସ୍ଥାନରେ ମିଟିଂ କରୁଥିବା ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଅଙ୍କିତ କୁମାର ପାଣ୍ଡେ, ଏସଆଇ ଲକ୍ଷ୍ମଣ ସିଂହ, କନଷ୍ଟେବଲ ରଫିକ୍ ଅହମ୍ମଦ ଓ ସନ୍ଦୀପ କୁମାର ଗୁରୁତର ହୋଇପଡିଥିଲେ । ଆହତମାନଙ୍କୁ ତୁରନ୍ତ ହିମାଚଳ ପ୍ରଦେଶର ଏନଏଚପିସି ହସ୍ପିଟାଲରେ ଭର୍ତି କରାଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କ ମୃତ ଘୋଷଣା କରିଥିଲେ । ଅଭିଯୁକ୍ତ ହେଡ କନଷ୍ଟେବଲ ଅଦ୍ୱେଷ କୁମାରଙ୍କୁ ପୁଲିସ ଗିରଫ କରି ତଦନ୍ତ କରୁଛି । ତେବେ ସେ କାହିଁକି ନିଜ ସହକର୍ମୀଙ୍କୁ ଏଭଳି ଗୁଳିକରି ହତ୍ୟା କଲେ, ତାହା ସ୍ପଷ୍ଟ ହୋଇନାହିଁ । କାଠୁଆ ଏସଏସପି ମୋହିତ ଶର୍ମା ଘଟଣାର ତଦନ୍ତ କରୁଛନ୍ତି ।

  • Related Posts

    ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବଜାୟ ରଖିଲା ଡିଫେଣ୍ଡିଂ ଚାମ୍ପିଅନ୍‌ ଭାରତ

    ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ବଜାୟ ରଖିଲା ଡିଫେଣ୍ଡିଂ ଚାମ୍ପିଅନ୍‌ ଭାରତ। ଆଜି ଫାଇନାଲରେ ମାଲେସିଆକୁ ୫-୧ରେ ହରାଇ ସ୍ୱର୍ଣ୍ଣ ପଦକ ଜିତିଛି ଭାରତୀୟ ପୁରୁଷ ହକି ଦଳ। ଏହା ସହ ଲସ୍‌ ଆଞ୍ଜେଲସ୍ ଅଲିମ୍ପିକ୍ସ ପାଇଁ…

    Continue reading
    ଇପିଏଫ୍ଓ: କର୍ମଚାରୀଙ୍କ ଦରମା କାଣ୍ଟଛାଣ୍ଟ କରିପାରିବେନି କମ୍ପାନି

    ନୂଆଦିଲ୍ଲୀ: ସେପ୍ଟେମ୍ବର ୧୭ରେ କେନ୍ଦ୍ର ସରକାର କର୍ମଚାରୀ ଭବିଷ୍ୟନିଧି ପାଣ୍ଠି ସଙ୍ଗଠନ (ଇପିଏଫ୍ଓ)ର ମାସିକ ବେତନ ସୀମାକୁ ୧୫ ହଜାରରୁ ୨୫ ହଜାରକୁ ବୃଦ୍ଧି କରିଛନ୍ତି । ଏହାଦ୍ୱାରା ଦେଶରେ ୧ କୋଟିରୁ ଊଦ୍ଧ୍ୱର୍ ଲୋକ ସାମାଜିକ ସୁରକ୍ଷା ପରିସରଭୁକ୍ତ ହେବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ