ବିଦ୍ୟାଭାରତୀଙ୍କ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡାଙ୍କ ଅଡୁଆ ବଢ଼ିଲା। କାରଣ ତାଙ୍କ ଆବେଦନ ଆଜି ସୁପ୍ରିମକୋର୍ଟରେ ଖାରଜ ହୋଇଯାଇଛି। ହାଇକୋର୍ଟଙ୍କ ଆଦେଶକୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ।ସେପ୍ଟେମ୍ବର ୯ ତାରିଖରେ ହାଇକୋର୍ଟ ବିଦ୍ୟାଭାରତୀ ପଣ୍ଡା ଉପରୁ ଅନ୍ତରୀଣ ସୁରକ୍ଷା ହଟାଇ ଦେଇଥିଲେ। ଏହା ବିରୋଧରେ ସେ ସୁପ୍ରିମକୋର୍ଟରେ ସ୍ପେଶାଲ୍ ଲିଭ୍ ପିଟିସନ୍ ଦାଖଲ କରିଥିଲେ। କିନ୍ତୁ ହାଇକୋର୍ଟଙ୍କ ଆଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ। ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନିମ୍ନ ଅଦାଲତରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ସମେତ ମୋଟ ଦୁଇଟି ଆବେଦନ କରିଥିଲେ ବିଦ୍ୟାଭାରତୀ। ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟ ତାଙ୍କ ଆବେଦନ ଉପରେ ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ। ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ଆଉ ସେପ୍ଟେମ୍ବର ୯ ତାରିଖରେ ରାୟ ଶୁଣାଇ ହାଇକୋର୍ଟ ବିଦ୍ୟାଭାରତୀଙ୍କ ଆବେଦନକୁ ଖାରଜ କରିଦେଇଥିଲେ।
୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା। ମାମଲାର ତଦନ୍ତ କରି ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଅଗ୍ନି ନିର୍ବାପନରେ ଅବହେଳା ଦଫାରେ ଚାର୍ଜସିଟ ଦାଖଲ କରିବା ସହ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ। ଏହାକୁ ଚ୍ୟାଲେଞ୍ଜ କରି ସୌମ୍ୟରଞ୍ଜନଙ୍କ ପରିବାର ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ମାମଲା ଦାଏର କରିଥିଲେ।
ଉକ୍ତ ଆବେଦନର ଶୁଣାଣି କରି ଏସଡିଜେଏମ କୋର୍ଟ ପାରଳାଖେମୁଣ୍ଡି, ଏହି ୩ ଜଣଙ୍କ ବିରୋଧରେ IPC ର ଦଫା ୩୦୨ (ହତ୍ୟା) ଏବଂ IPC ୧୨୦- ବି (ଅପରାଧିକ ଷଡଯନ୍ତ୍ର ରଚିବା)ରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାରମ୍ବାର ସମନ ସତ୍ତ୍ୱେ ହାଜର ନହେବାରୁ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ୨୦୨୩ ମସିହାରେ ଜାମିନ ବିହୀନ ଗିରଫ ପରୱାନା ମଧ୍ୟ ଜାରି ହୋଇଥିଲା। ଯାହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଅଭିଯୁକ୍ତମାନେ ସାମୟିକ ଆଶ୍ୱସ୍ତି ପାଇଥିଲେ। ତେବେ ଗତ ଜୁଲାଇ ମାସରେ ଏହି ମାମଲାର ଅନ୍ୟତମ ଅଭିଯୁକ୍ତ ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଆତ୍ମସମର୍ପଣ କରିଥିଲେ। ସେହି ଦିନଠାରୁ ସେ ପାରଳାଖେମୁଣ୍ଡି ଜେଲ୍‌ରେ ଅଛନ୍ତି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ