ଆର. ସନ୍ଥାନା ଗୋପାଳନଙ୍କ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ

ଭୁବନେଶ୍ବର: ବରିଷ୍ଠ ଆଇଏଏସ ଅଧିକାରୀ ଆର. ସନ୍ଥାନା ଗୋପାଳନ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଛନ୍ତି । 2001 ବ୍ୟାଚର ଅଫିସର ଗତକାଲି ସନ୍ଧ୍ୟାରେ ହିଁ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଛନ୍ତି । ବ୍ୟକ୍ତିଗତ କାରଣରୁ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିବା ସେ ଦର୍ଶାଇଛନ୍ତି । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ସଫଳତାର ସହ ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର କରିଥିବା ଆର. ସନ୍ଥାନା ଗୋପାଳନ କହିଛନ୍ତି । କୌଣସି ପ୍ରକାରର ଚାପରେ ନୁହେଁ ବରଂ ବ୍ୟକ୍ତିଗତ ଆବଶ୍ୟକତା ପାଇଁ ସେ ଏହି ନିଷ୍ପତ୍ତି ନେଇଥିବା କହିଛନ୍ତି ।
ଦେଶରେ ଆଉ ଜଣେ ପ୍ରତିଷ୍ଠିତ ବରିଷ୍ଠ ପ୍ରଶାସନିକ ଅଧିକାରୀ ଆଜି ସ୍ୱେଚ୍ଛାକୃତ ଅବସର ବା VRS ପାଇଁ ଆବେଦନ କରିଛନ୍ତି । 2001 ବ୍ୟାଚର ଓଡିଶା କ୍ୟାଡ଼ର ଆର. ସନ୍ଥାନା ଗୋପାଳନ ସ୍ୱେଚ୍ଛାକୃତ ଅବସର ପାଇଁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ବର୍ତ୍ତମାନ ଆର ସନ୍ଥାନା ଗୋପାଳନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ବା ସିଇଓ ଭାବେ କାର୍ଯ୍ୟରତ ଅଛନ୍ତି । ଆର ସନ୍ଥାନା ଗୋପାଳନଙ୍କ ନେତୃତ୍ୱରେ ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର ନିକଟରେ ଓଡିଶାରେ ଶେଷ ହୋଇଛି । ଦେଶରେ SIR ଓ ମୁଖ୍ୟ ନିର୍ବାଚନ ଆୟୋଗଙ୍କୁ ନେଇ ଚାଲିଥିବା ବିବାଦ ଭିତରେ ଆର ସନ୍ଥାନା ଗୋପାଳନଙ୍କ VRS ବିଭିନ୍ନ ଚର୍ଚ୍ଚାକୁ ଜନ୍ମ ଦେଇଛି ।
VRS ଆବେଦନ ପରେ ବରିଷ୍ଠ ଆଇଏଏସ ଆର. ସନ୍ଥାନା ଗୋପାଳନ କହିଛନ୍ତି, “ବ୍ୟକ୍ତିଗତ କାରଣରୁ ମୁଁ VRS ପାଇଁ ଆବେଦନ କରିଛି । କୌଣସି ଚାପ କିମ୍ବା ଅନ୍ୟାନ୍ୟ କୌଣସି କାରଣରୁ ମୁଁ ଏପରି ଆବେଦନ କରିନାହିଁ । ରାଜ୍ୟରେ ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସଆଇଆର ପ୍ରକ୍ରିୟା ସଫଳତାର ସହ କରିଛି । ଏଥିରେ କୌଣସି ପ୍ରକାର ତୃଟି କିମ୍ବା ଚାପ ଦିଆ ଯାଇନାହିଁ । ଏହା ମୋ ପାଇଁ ବଡ଼ ଉପଲବ୍ଧି । VRS ପାଇଁ କିଛି ମାସ ତଳେ ନିଷ୍ପତ୍ତି ନେଇଥିଲି । SIR ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବା ପରେ VRS ପାଇଁ ଆବେଦନ କରିଛି । ବିଗତ 25 ବର୍ଷ ଧରି ଓଡିଶା ସରକାରଙ୍କ ଅଧିନରେ ବିଭିନ୍ନ ପଦପଦବୀରେ କାର୍ଯ୍ୟ କରିଛି । ଓଡିଶାରେ ମୋ ଅଭିଜ୍ଞତା ଖୁବ୍ ଭଲ ରହିଛି ।”

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ