ଶାହାଙ୍କ ମହାନଦୀ ମନ୍ଥନ : କ’ଣ କହିଲେ ମୋହନ ?

ଭୁବନେଶ୍ୱର, ୧ ।୧୦ : ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସିଆର ପାଟିଲ, ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଉପସ୍ଥିତ ରହି ଆଲୋଚନା କରିଛନ୍ତି ।
ବୈଠକ ସମାପ୍ତ ହେବା ପରେ, ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତିଯେ, ଖୁବ୍‌ ସୌହର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଏହି ଆଲୋଚନା ସକାରାତ୍ମକ ହୋଇଛି । ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମେ ଧିରେ ଧିରେ ସମାଧାନର ନିକଟତର ହେଉଛୁ । ଖୁବ୍‌ଶୀଘ୍ର ଏହାର ଚୂଡାନ୍ତ ରୂପରେଖ ପ୍ରକାଶ ପାଇବ ବୋଲି ସେ ଆଶା ରଖିଛନ୍ତି । ଉଭୟ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମାଧାନର ପନ୍ଥା ବାହାରିବ ବୋଲି ସେ କହିଛନ୍ତି ।
ସେ କହିଥିଲେଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ, ଡବଲ ଇଞ୍ଜିନ ସରକାରରେ ଦେଶ ଓ ରାଜ୍ୟର ବିକାଶ ଯେପରି ତ୍ୱରାନ୍ୱିତ ହେଉଛି, ରାଜ୍ୟମାନଙ୍କ ମଧ୍ୟରେ ବିବାଦର ସମାଧାନ ପାଇଁ ମଧ୍ୟ ପଥ ଉନ୍ମୁକ୍ତ ହେଉଛି । ଏହି ସମାଧାନ ବାକି ସବୁ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ଡିସ୍‌ପୁଟ ରିଜୋଲ୍ୟୁସନ୍‌ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।
ସେ କହିଥିଲେଯେ, ମହାନଦୀ ଆମର ଜୀବନ ରେଖା । ଓଡିଶାର କୋଟି କୋଟି ଲୋକଙ୍କ ଜୀବନଜୀବିକାର ପନ୍ଥା ହେଉଛି ମହାନଦୀ । ଜଳସେଚନ, ବନ୍ୟା ନିୟନ୍ତ୍ରଣ, ଜଳ ବିଦ୍ୟୁତ୍‌ ଉତ୍ପାଦନ, ପାନୀୟ ଜଳ ଯୋଗାଣ, ପର୍ଯ୍ୟାବରଣ ଆଦି ଅନେକ ବିଷୟରେ ସେ ବୈଠକରେ ଉପସ୍ଥାପନ କରିଛନ୍ତି ବୋଲି କହିଥିଲେ । ଓଡିଶାକୁ କିପରି ପର୍ଯ୍ୟାପ୍ତ ପରିମାଣରେ ଜଳ ଉପଲବ୍‌ଧ ହେବ, ବୈଠକରେ ସେ ଗୁରୁତ୍ୱ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ ।
ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମର ଡବଲ ଇଞ୍ଜିନ ସରକାର ଆସିବା ପରେ, ଉଭୟ ଛତିଶଗଡ ଓ ଓଡିଶାରେ ମହାନଦୀ ସମସ୍ୟାର ସମାଧାନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଆଇନଗତ ପ୍ରକ୍ରିୟା ସହିତ ପ୍ରଶାସନିକ ଓ ରାଜନୈତିକ ସମାଧାନର ପନ୍ଥାକୁ ମଧ୍ୟ ବ୍ୟାପକ କରାଯାଇଛି । ଏଥିପାଇଁ ହୋଇଥିବା ଉଦ୍ୟମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେଯେ, ୨୦୨୫ ଜୁଲାଇ-ଅଗଷ୍ଟରେ ଆମ ଦୁଇଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହାମଧ୍ୟରେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ଜଳ ସମ୍ପଦ ସଚିବସ୍ତରରେ ଅନେକ ବୈଠକ ହୋଇଯାଇଛି । ଗତ ଜୁଲାଇ ମାସରେ ଜଳ ଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମଧ୍ୟ ବୈଠକ ଅନୁଷ୍ଠିତ ହୋଇଥିଲା ।
ଜୁଲାଇ ମାସର ବୈଠକର ନିଷ୍ପତ୍ତି ଅନୁଯାୟୀ ଉଭୟ ରାଜ୍ୟର ଆବଶ୍ୟକତା ସମ୍ପର୍କରେ ସେଣ୍ଟ୍ରାଲ୍‌ ୱାଟର୍‌ କମିଶନ୍‌ଙ୍କୁ ବିଭିନ୍ନ ପ୍ରସଙ୍ଗ, ତଥ୍ୟ ଓ ସୂଚନା ପ୍ରଦାନ କରାଯାଉଛି । ତିନି ମାସ ମଧ୍ୟରେ ସମାଧାନର ପନ୍ଥା ବାହାର କରିବା ପାଇଁ ସେହି ବୈଠକରେ ଆପାତତଃ ସ୍ଥିର ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ମଧ୍ୟରେ ଦୁଇ ମାସ ବିତିଗଲାଣି ଏବଂ ଆଶାନୁରୂପ ଅଗ୍ରଗତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।
ମହାନଦୀ ସମସ୍ୟାର ସମାଧାନ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଜୀ, ନିଜେ ଦାୟିତ୍ୱ ନେଇ ସମାଧାନର ପନ୍ଥା ବାହାର କରିବା ପାଇଁ ଉଦ୍ୟମ କରିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ, ଜଳ ଶକ୍ତି ମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ଗୃହ ମନ୍ତ୍ରାଳୟ, ଜଳଶକ୍ତି ମନ୍ତ୍ରାଳୟ, କେନ୍ଦ୍ରୀୟ ଜଳ ଆୟୋଗ ଏବଂ ଓଡିଶା ଓ ଛତିଶଗଡର ମୁଖ୍ୟ ଶାସନ ସଚିବ ଓ ଉଚ୍ଚ ପଦାଧିକାରୀ ଗଣ ଉପସ୍ଥିତ ଥିଲେ ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ