ମହାନଦୀ ଜଳ ବିବାଦ ସମାଧାନର ନିକଟତର ହେଉଛୁ, ଖୁବ ଶୀଘ୍ର ଚୂଡ଼ାନ୍ତ ରୂପରେଖ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆଦିଲ୍ଲୀ କର୍ତ୍ତବ୍ୟ ଭବନରେ କେନ୍ଦ୍ର ଗୃହମନ୍ତ୍ରୀ  ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ  ସି.ଆର. ପାଟିଲ, ଓଡ଼ିଶାର ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ  ବିଷ୍ଣୁଦେବ ସାଏ ଉପସ୍ଥିତ ଥିଲେ।ବୈଠକ ସମାପ୍ତ ହେବା ପରେ, ଗଣମାଧ୍ୟମକୁ ବିବୃତ୍ତି ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ, ଖୁବ୍ ସୌହର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ ଏହି ଆଲୋଚନା ସକାରାତ୍ମକ ହୋଇଛି ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମେ ଧିରେ ଧିରେ ସମାଧାନର ନିକଟତର ହେଉଛୁ । ଖୁବ୍‌ ଶୀଘ୍ର ଏହାର ଚୂଡ଼ାନ୍ତ ରୂପରେଖ ପ୍ରକାଶ ପାଇବ ବୋଲି ସେ ଆଶା ରଖିଛନ୍ତି । ଉଭୟ ରାଜ୍ୟର ସ୍ୱାର୍ଥକୁ ଦୃଷ୍ଟିରେ ରଖି ସମାଧାନର ପନ୍ଥା ବାହାରିବ ବୋଲି ସେ କହିଛନ୍ତି ।

ସେ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ, ଡବଲ ଇଞ୍ଜିନ ସରକାରରେ ଦେଶ ଓ ରାଜ୍ୟର ବିକାଶ ଯେପରି ତ୍ୱରାନ୍ୱିତ ହେଉଛି, ରାଜ୍ୟ ମାନଙ୍କ ମଧ୍ୟରେ ବିବାଦର ସମାଧାନ ପାଇଁ ମଧ୍ୟ ପଥ ଉନ୍ମୁକ୍ତ ହେଉଛି । ଏହି ସମାଧାନ ବାକି ସବୁ ରାଜ୍ୟମାନଙ୍କ ପାଇଁ ଏକ ମଡେଲ ଡିସ୍‌ପୁଟ ରିଜୋଲ୍ୟୁସନ୍ ହେବ ବୋଲି ସେ ଆଶା ପ୍ରକାଶ କରିଥିଲେ ।

ସେ କହିଥିଲେ ଯେ, ମହାନଦୀ ଆମର ଜୀବନ ରେଖା । ଓଡ଼ିଶାର କୋଟି କୋଟି ଲୋକଙ୍କ ଜୀବନଜୀବିକାର ପନ୍ଥା ହେଉଛି ମହାନଦୀ । ଜଳସେଚନ, ବନ୍ୟା ନିୟନ୍ତ୍ରଣ, ଜଳ ବିଦ୍ୟୁତ୍ ଉତ୍ପାଦନ, ପାନୀୟ ଜଳ ଯୋଗାଣ, ପର୍ଯ୍ୟାବରଣ ଆଦି ଅନେକ ବିଷୟରେ ସେ ବୈଠକରେ ଉପସ୍ଥାପନ କରିଛନ୍ତି ବୋଲି କହିଥିଲେ । ଓଡ଼ିଶାକୁ କିପରି ପର୍ଯ୍ୟାପ୍ତ ପରିମାଣରେ ଜଳ ଉପଲବ୍‌ଧ ହେବ, ବୈଠକରେ ସେ ଗୁରୁତ୍ୱ ଦେଇଛନ୍ତି ବୋଲି ପ୍ରକାଶ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆମର ଡବଲ ଇଞ୍ଜିନ ସରକାର ଆସିବା ପରେ, ଉଭୟ ଛତିଶଗଡ଼ ଓ ଓଡ଼ିଶାରେ ମହାନଦୀ ସମସ୍ୟାର ସମାଧାନ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ଆଇନଗତ ପ୍ରକ୍ରିୟା ସହିତ ପ୍ରଶାସନିକ ଓ ରାଜନୈତିକ ସମାଧାନର ପନ୍ଥାକୁ ମଧ୍ୟ ବ୍ୟାପକ କରାଯାଇଛି ।

ଏଥିପାଇଁ ହୋଇଥିବା ଉଦ୍ୟମ ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ, ୨୦୨୫ ଜୁଲାଇ-ଅଗଷ୍ଟରେ ଆମ ଦୁଇଜଣ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏହା ମଧ୍ୟରେ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ଜଳ ସମ୍ପଦ ସଚିବ ସ୍ତରରେ ଅନେକ ବୈଠକ ହୋଇଯାଇଛି। ଗତ ଜୁଲାଇ ମାସରେ ଜଳ ଶକ୍ତି ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମଧ୍ୟ ବୈଠକ ଅନୁଷ୍ଠିତ ହୋଇଥିଲା ।

ଜୁଲାଇ ମାସର ବୈଠକର ନିଷ୍ପତ୍ତି ଅନୁଯାୟୀ ଉଭୟ ରାଜ୍ୟର ଆବଶ୍ୟକତା ସମ୍ପର୍କରେ ସେଣ୍ଟ୍ରାଲ୍‌ ୱାଟର୍ କମିଶନ୍‌ଙ୍କୁ ବିଭିନ୍ନ ପ୍ରସଙ୍ଗ, ତଥ୍ୟ ଓ ସୂଚନା ପ୍ରଦାନ କରାଯାଉଛି । ତିନି ମାସ ମଧ୍ୟରେ ସମାଧାନର ପନ୍ଥା ବାହାର କରିବା ପାଇଁ ସେହି ବୈଠକରେ ଆପାତତଃ ସ୍ଥିର ହୋଇଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ମଧ୍ୟରେ ଦୁଇ ମାସ ବିତିଗଲାଣି ଏବଂ ଆଶାନୁରୂପ ଅଗ୍ରଗତି ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।

ମହାନଦୀ ସମସ୍ୟାର ସମାଧାନ ପାଇଁ ଗୃହମନ୍ତ୍ରୀ ଅମିତ ଶାହା ଜୀ, ନିଜେ ଦାୟିତ୍ୱ ନେଇ ସମାଧାନର ପନ୍ଥା ବାହାର କରିବା ପାଇଁ ଉଦ୍ୟମ କରିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ, ଜଳ ଶକ୍ତି ମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ଗୃହ ମନ୍ତ୍ରାଳୟ, ଜଳଶକ୍ତି ମନ୍ତ୍ରାଳୟ, କେନ୍ଦ୍ରୀୟ ଜଳ ଆୟୋଗ ଏବଂ ଓଡ଼ିଶା ଓ ଛତିଶଗଡ଼ର ମୁଖ୍ୟ ଶାସନ ସଚିବ ଓ ଉଚ୍ଚ ପଦାଧିକାରୀ ଗଣ ଉପସ୍ଥିତ ଥିଲେ ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ