ମୁମ୍ବାଇରେ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’

ଭୁବନେଶ୍ୱର : ମୁମ୍ବାଇରେ ଆୟୋଜିତ FICCI FRAMES 2026ରେ ଓଡ଼ିଶା ସରକାରଙ୍କ ମିଶନ ଶକ୍ତି ବିଭାଗ ପକ୍ଷରୁ ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’ ସ୍ଥାପନ କରାଯାଇଥିଲା। ୨୯ ଓ ୩୦ ସେପ୍ଟେମ୍ବରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ହସ୍ତତନ୍ତ ଓ ହସ୍ତଶିଳ୍ପ ସାମଗ୍ରୀ ପ୍ରଦର୍ଶିତ ହୋଇଥିଲା।

ଦେଶର ମିଡିଆ ଓ ମନୋରଞ୍ଜନ କ୍ଷେତ୍ରର ଏକ ପ୍ରମୁଖ ମଞ୍ଚ ଭାବେ ପରିଚିତ FICCI FRAMESରେ ଏହି ପପ୍-ଅପ୍ ବଜାର ମାଧ୍ୟମରେ ଓଡ଼ିଶାର ମହିଳା ଉଦ୍ୟୋଗୀମାନଙ୍କ ଦକ୍ଷତା, ସୃଜନଶୀଳତା, ପାରମ୍ପରିକ କାରିଗରୀ ଏବଂ ଉଦ୍ୟୋଗୀ ମନୋଭାବକୁ ଜାତୀୟ ସ୍ତରରେ ପ୍ରଦର୍ଶନ କରାଯାଇଥିଲା।

ବଲିଉଡ୍ ଅଭିନେତା ରବି କିଶନ, ପ୍ରାଜକ୍ତା କୋଲି, ଅମୋଲ ପରାଶର, ରସିକା ଦୁଗଲ ଏବଂ ଚର୍ଚ୍ଚିତ ଶେଫ ରଣବୀର ବ୍ରାରଙ୍କ ସମେତ ଚଳଚ୍ଚିତ୍ର ଓ ମନୋରଞ୍ଜନ ଜଗତର ବହୁ ବିଶିଷ୍ଟ ବ୍ୟକ୍ତି ‘ସୁଭଦ୍ରା ଶକ୍ତି ପପ୍-ଅପ୍ ଷ୍ଟୋର’ ପରିଦର୍ଶନ କରିଥିଲେ। ସେମାନଙ୍କୁ ଓଡ଼ିଶାର ମହିଳା ଉଦ୍ୟୋଗୀଙ୍କ ଦ୍ୱାରା ପ୍ରସ୍ତୁତ ବିଭିନ୍ନ ଉତ୍ପାଦ ସମ୍ବଳିତ ‘ସୁଭଦ୍ରା ଶକ୍ତି’ ଉପହାର ହ୍ୟାମ୍ପର ପ୍ରଦାନ କରାଯାଇଥିଲା।

ଏହି ପ୍ରଦର୍ଶନୀ ମାଧ୍ୟମରେ ଓଡ଼ିଶାର ମହିଳା ଉଦ୍ୟୋଗୀଙ୍କ ହାତତିଆରି ଉତ୍ପାଦଗୁଡ଼ିକୁ ବ୍ୟାପକ ବଜାରରେ ଏକ ସ୍ୱତନ୍ତ୍ର ପରିଚୟ ମିଳିବାର ସୁଯୋଗ ସୃଷ୍ଟି ହୋଇଥିଲା। ‘ସୁଭଦ୍ରା ଶକ୍ତି ପପ୍-ଅପ୍ ବଜାର’ ଓଡ଼ିଶାର ମହିଳା ଉଦ୍ୟୋଗୀଙ୍କ ଉତ୍ପାଦକୁ ଜାତୀୟ ଏବଂ ଆନ୍ତର୍ଜାତୀୟ ବଜାର ସହ ସଂଯୋଗ କରିବା ସହିତ ନୂତନ ବଜାର ସୁଯୋଗ ସୃଷ୍ଟି ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ସାବ୍ୟସ୍ତ ହୋଇଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ