ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ହାଇକୋର୍ଟ ମାମଲା ପ୍ରତ୍ୟାହାର ପାଇଁ ପିତାଙ୍କ ଆବେଦନ

ଭୁବନେଶ୍ୱର: ବାଲିଅନ୍ତା ଥାନା ଅଞ୍ଚଳରେ ଜିଆରପି କନଷ୍ଟେବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କ ମୃତ୍ୟୁ ଘଟଣାରେ ନୂଆ ମୋଡ଼ ଆସିଛି । ସୌମ୍ୟରଞ୍ଜନଙ୍କ ପିତା ଦୁଃଶାସନ ସ୍ୱାଇଁ ହାଇକୋର୍ଟରେ ପୂର୍ବରୁ ହୋଇଥିବା ମାମଲାକୁ ପ୍ରତ୍ୟାହାର କରିବା ପାଇଁ ଆବେଦନ କରିଛନ୍ତି ।

ଏହି ମାମଲା ତାଙ୍କ ଅଜାଣତରେ ଦାୟର ହୋଇଥିବା ଅଭିଯୋଗ ଆଣିଛନ୍ତି ସୌମ୍ୟରଞ୍ଜନଙ୍କ ପିତା ଦୁଃଶାସନ ସ୍ୱାଇଁ ଏବଂ ସୌମ୍ୟଙ୍କ ସାଙ୍ଗ ନିଶିକାନ୍ତ ମହାନ୍ତି । ଉଭୟ ଅଭିଯୋଗ କରିଛନ୍ତି ଯେ ସେମାନଙ୍କ ଅଜାଣତରେ ତାଙ୍କ ନାମରେ ମାମଲା ଦାୟର କରାଯାଇଛି । ଏପରିକି ମାମଲା ଦାୟର କରିବା ପାଇଁ ସେମାନେ କୌଣସି ସମ୍ମତି ଦେଇନଥିବା ମଧ୍ୟ କହିଛନ୍ତି । ଦୁଃଶାସନ ସ୍ୱାଇଁଙ୍କ ଜାଲ୍ ଦସ୍ତଖତ କରାଯାଇ ମାମଲା ଦାୟର କରା ଯାଇଥିବା ସେମାନେ ଅଭିଯୋଗ କରିଛନ୍ତିି । ତେଣୁ ହାଇକୋର୍ଟରେ ହୋଇଥିବା ଉକ୍ତ ମାମଲାକୁ ପ୍ରତ୍ୟାହାର କରିବାକୁ ସେମାନେ ନିବେଦନ କରିଛନ୍ତି । ଆଜି ସୌମ୍ୟରଞ୍ଜନଙ୍କ ପିତା ଓ ସୌମ୍ୟଙ୍କ ସାଙ୍ଗ ହାଇକୋର୍ଟରେ ଷ୍ଟେଟ ବାର୍ କାଉନସିଲର ଅଧିକାରୀଙ୍କୁ ଭେଟିଛନ୍ତି । ଏନେଇ ସେମାନେ ଏକ ଅଭିଯୋଗପତ୍ର ଦାଖଲ କରିଥିବା ଜଣାପଡ଼ିଛି ।

ଅନ୍ୟପକ୍ଷରେ, ସମ୍ପୃକ୍ତ ଓକିଲ ଏହି ମାମଲାକୁ ପ୍ରତ୍ୟାହାର କରିବା କଥା କହିଥିବା ସୌମ୍ୟରଞ୍ଜନଙ୍କ ସାଙ୍ଗ ନିଶିକାନ୍ତ ମହାନ୍ତି କହିଛନ୍ତି । ତେବେ ମାମଲା କିପରି ଏବଂ କାହା ସମ୍ମତିରେ ଦାୟର ହୋଇଥିଲା, ତାକୁ ନେଇ ଏବେ ପ୍ରଶ୍ନ ଉଠିଛି । ସୌମ୍ୟରଞ୍ଜନଙ୍କ ମୃତ୍ୟୁ ଘଟଣାର ପ୍ରକୃତ ତଦନ୍ତ ଏବଂ ନ୍ୟାୟ ଦାବି କରି ପୂର୍ବରୁ ମଧ୍ୟ ପରିବାର ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିଲା । ଏବେ ହାଇକୋର୍ଟରେ ହୋଇଥିବା ମାମଲା ପ୍ରତ୍ୟାହାର ପାଇଁ ପିତାଙ୍କ ଆବେଦନ ପରେ ଘଟଣା ନୂଆ ମୋଡ଼ ନେଇଛି ।

ସେପଟେ ମାନବାଧିକାର କର୍ମୀ ଭଜମନ ବିଶ୍ୱାଳ ଜାତୀୟ ମାନବାଧିକାର କମିଶନ(ଏନ୍ଏଚ୍ଆର୍ସି)ରେ ପିଟିସନ୍ କରି ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ନିବେଦନ କରିଛନ୍ତି। ଏଥିସହ ସେ ସିବିଆଇ ତଦନ୍ତ ପାଇଁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ ମେଲ୍ କରି ଜଣାଇଛନ୍ତି । କ୍ରାଇମ୍‌ବ୍ରାଞ୍ଚ ଠିକ୍ ଭାବେ ତଦନ୍ତ ନ କରି ସମୟ ଗଡ଼ାଉଥିବାରୁ ପ୍ରମାଣ ନଷ୍ଟ ହେବା ସମ୍ଭାବନା ରହିଛି । ତେଣୁ ଏହି ମାମଲାର ଗୁରୁତ୍ୱକୁ ବିଚାରକୁ ନେଇ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେବାକୁ ସେ ଆୟୋଗଙ୍କୁ ପ୍ରାର୍ଥନା କରିଛନ୍ତି ।

  • Related Posts

    ଓଏମସି ପୁରୀ କୋଷ୍ଟାଲ ମାରାଥନ୍ର ପ୍ରଚାର ପାଇଁ ପ୍ରୋମୋ ରନ୍

    ଭୁବନେଶ୍ୱର: ଡିସେମ୍ବର ୧୩ ତାରିଖରେ ପୁରୀରେ ଅନୁଷ୍ଠିତ ହେବାକୁ ଥିବା ଭବ୍ୟ ‘ଓଏମ୍‌ସି ପୁରୀ କୋଷ୍ଟାଲ ମାରାଥନ୍ ୨୦୨୬’ ପୂର୍ବରୁ ଆଜି ଭୁବନେଶ୍ୱରରେ ଏକ ଉତ୍ସାହଜନକ ପ୍ରୋମୋ ରନ୍ ଆୟୋଜିତ ହୋଇଯାଇଛି। ଏହି ପ୍ରୋମୋ ରନକୁ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ…

    Continue reading
    ଆଗାମୀ ୩ ବର୍ଷ ପର୍ଯ୍ୟନ୍ତ କୌଣସି ନୂଆ ମଦ ଦୋକାନ ଖୋଲାଯିବ ନାହିଁ: ମୁଖ୍ୟମନ୍ତ୍ରୀ

    ଡେଡ୍‌‌ଲାଇନ୍ ୨୦୨୯ ସୁଦ୍ଧା ଦେଶକୁ ନିଶାମୁକ୍ତ କରିବା ପାଇଁ ଓଡ଼ିଶା ପ୍ରତିବଦ୍ଧ ​ନିଶାକୁ ନାଁ, ଜୀବନକୁ ହଁ—ଜୀବନ ଜିଇଁବାର ପ୍ରକୃତ ଶିକ୍ଷା ନିଅନ୍ତୁ – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର:ସ୍ଥାନୀୟ ରେଳ ଅଡିଟୋରିଅମଠାରେ କମିଶନରେଟ୍ ପୋଲିସ, ଆଜି ଆୟୋଜନ କରିଥିବା ଜନସଚେତନତା କାର୍ଯ୍ୟକ୍ରମ ‘ଜୀବନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ