ଓସିସିଏଲ୍‌ ପକ୍ଷରୁ ୱାକାଥନ୍‌ ଆୟୋଜିତ

ଭୁବନେଶ୍ୱର,: ଗାନ୍ଧୀ ଜୟନ୍ତୀ ଅବସରରେ ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ୍‌ (ଓସିସିଏଲ୍‌) ପକ୍ଷରୁ ଆଜି ଭୁବନେଶ୍ୱରସ୍ଥିତ ଏକାମ୍ର କାନନଠାରେ ‘Walk for a Better Tomorrow’ ବାର୍ତ୍ତାକୁ ନେଇ ୱାକାଥନ୍‌ ଆୟୋଜିତ ହୋଇଥିଲା। ଏହି ପଦଯାତ୍ରା ମାଧ୍ୟମରେ ସୁସ୍ଥତା, ଶାରୀରିକ ସକ୍ଷମତା, ଶୃଙ୍ଖଳା ଏବଂ ସାମୂହିକ ଦାୟିତ୍ୱବୋଧର ବାର୍ତ୍ତା ପ୍ରସାର କରାଯାଇଥିଲା।

“ଫିଟ୍ ଟୁ ଥିଙ୍କ୍, ଫିଟ୍ ଟୁ ପ୍ଲାନ୍, ଫିଟ୍ ଟୁ ବିଲ୍ଡ ଏବଂ ଫିଟ୍ ଫର୍ ଦି ନେସନ୍” ଥିଲା ୱାକାଥନ୍‌ର ମୁଖ୍ୟ ବାର୍ତ୍ତା। ଏହା ମାଧ୍ୟମରେ ଏକ ସୁସ୍ଥ ଓ ସକ୍ଷମ କର୍ମଚାରୀ ବାହିନୀ ହେଉଛି ଏକ ଦକ୍ଷ ଯୋଜନା ପ୍ରସ୍ତୁତି, କାର୍ଯ୍ୟାନ୍ୱୟନ ଓ ରାଷ୍ଟ୍ର ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ବୋଲି ବାର୍ତ୍ତା ଦିଆଯାଇଥିଲା।
ୱାକାଥନ୍‌କୁ ଜଳ ସମ୍ପଦ ବିଭାଗର ଇଞ୍ଜିନିୟର-ଇନ୍-ଚିଫ୍‌-ତଥା-ସ୍ୱତନ୍ତ୍ର ଶାସନ ସଚିବ ଇଂ ବିଘ୍ନରାଜ ପୁରୋହିତ ଏବଂ ଆଭିଏସନ୍‌ ନିର୍ଦ୍ଦେଶକ ଶ୍ରୀ ରଶ୍ମି ରଞ୍ଜନ ନାୟକ ଉଦ୍‌ଘାଟନ କରିଥିଲେ। ୱାଲମିର ନିର୍ଦ୍ଦେଶକଙ୍କ ସହ ବିଭାଗର ମୁଖ୍ୟ ଯନ୍ତ୍ରୀମାନେ, ସମେତ ଓସିସିଏଲ୍‌ର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଏଥିରେ ଯୋଗଦେଇଥିଲେ।

ଓସିସିଏଲ୍‌ର ଭୁବନେଶ୍ୱର ମୁଖ୍ୟ କାର୍ଯ୍ୟାଳୟ ସହିତ ବିଭିନ୍ନ ଜିଲ୍ଲାରେ ଥିବା ପ୍ରକଳ୍ପ କାର୍ଯ୍ୟାଳୟଗୁଡ଼ିକରେ ମଧ୍ୟ ଏହି ଅବସରରେ ସମାନ୍ତରାଳ ଭାବେ ୱାକାଥନ୍‌ ଆୟୋଜିତ ହୋଇଥିଲା। ସମ୍ବଲପୁର, ମାଲକାନଗିରି, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଗଞ୍ଜାମ, କୋରାପୁଟ ଓ କଟକ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ଉତ୍ସାହର ସହ ଏଥିରେ ଅଂଶଗ୍ରହଣ କରିଥିଲେ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ