ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ ଉଦ୍ୟମ ଚଳାଇଛି ।

ସୂଚନା ଅନୁଯାୟୀ, ବନମାଳୀ ତାଙ୍କ ପତ୍ନୀ ଶୁକମତିଙ୍କୁ ମାରଧର କରୁଥିବା ଅଭିଯୋଗ ରହିଥିଲା। ଗତ ମଙ୍ଗଳବାର ଏକ ଟାଙ୍ଗିଆରେ ଶୁକମତିଙ୍କ ମୁଣ୍ଡକୁ ଆକ୍ରମଣ କରାଯାଇଥିବା ଅଭିଯୋଗ ପରେ ସେ ଘଟଣା ସମ୍ପର୍କରେ ନିଜ ବାପଘର ଲୋକଙ୍କୁ ଜଣାଇଥିଲେ। ଏହାପରେ ଶୁକମତିଙ୍କ ଭାଇ ଅଜୟ ଭିଣୋଇ ବନମାଳୀଙ୍କୁ ବୁଝାଇବାକୁ ଆସିଥିଲେ। ତେବେ ରାତିରେ ଉଭୟଙ୍କ ମଧ୍ୟରେ କୌଣସି କଥାକୁ ନେଇ ଯୁକ୍ତିତର୍କ ହେବା ପରେ ଅଜୟ ବନମାଳୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ବନମାଳୀଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଥିଲା ଏବଂ ଘଟଣାସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିଲା । ଘଟଣା ପରେ ଅଭିଯୁକ୍ତ ଅଜୟ ଫେରାର ହୋଇଯାଇଥିବା ଜଣାପଡ଼ିଛି। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ପୁଲିସ ପକ୍ଷରୁ ଛାନଭିନ୍ ଜାରି ରହିଛି ।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ