ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ ଭିଜିଲାନ୍ସ ତଦନ୍ତ ପାଇଁ କେରଳ ଗୃହମନ୍ତ୍ରୀ ରମେଶ ଚେନ୍ନିଥାଲା ନିର୍ଦ୍ଦେଶ ଦେଇଛନ୍ତି । ୨୦୦୬ରେ ଜ୍ଞାନେଶ କୁମାର କେରଳର ପୂର୍ତ୍ତ ବିଭାଗ ସଚିବ ଥିବା ସମୟର ଘଟଣାକୁ ନେଇ ଏହି ତଦନ୍ତ ହେବ । କେରଳ ଷ୍ଟେଟ୍ ଟ୍ରାନ୍ସପୋର୍ଟ ପ୍ରୋଜେକ୍ଟ ଅଧୀନରେ MC Roadର ଉନ୍ନତୀକରଣ କାମ କରୁଥିବା ଭାରତ-ମାଲେସିଆ କନସୋର୍ଟିୟମ୍ PATI-BEL ସହ ଜଡ଼ିତ ଥିଲେ ମାଲେସିଆର ସିଭିଲ୍ ଇଞ୍ଜିନିୟର ଲିସିବିନ୍ । ୨୦୦୬ରେ କୁଆଲାଲମ୍ପୁରରେ ଲିସିବିନ ଜୀବାହାରିବା ପରେ ଏହି ମାମଲା ସେତେବେଳେ ଚର୍ଚ୍ଚାକୁ ଆସିଥିଲା ।

ରିପୋର୍ଟ ଅନୁସାରେ, ଲିସିବିନ ଜୀବାହାରିବା ପୂର୍ବରୁ ଏକ ନୋଟ୍ ରେ ତତ୍କାଳୀନ ପୂର୍ତ୍ତ ସଚିବ ଜ୍ଞାନେଶ କୁମାରଙ୍କ ନାଁ ଉଲ୍ଲେଖ ଥିଲା । ପ୍ରକଳ୍ପର ବିଲ୍ ଓ ଅର୍ଥ ପ୍ରଦାନକୁ ନେଇ ସେତେବେଳେ ବିବାଦ ଓ ଅନିୟମିତତାର ଅଭିଯୋଗ ଉଠିଥିଲା । ଘଟଣା ପରେ ସେତେବେଳର କେରଳ ସରକାର ଭିଜିଲାନ୍ସ ତଦନ୍ତ କରାଇଥିଲେ । ତେବେ ପରବର୍ତ୍ତୀ ସମୟରେ ସେହି ତଦନ୍ତ ଆଗକୁ ବଢ଼ିନଥିବା ନେଇ ରିପୋର୍ଟ ରହିଛି । ଏବେ ଅଭିଯୋଗ ହୋଇଛି ଯେ, ବାହ୍ୟ ଚାପ ଯୋଗୁଁ ପୁରୁଣା ତଦନ୍ତ ପ୍ରଭାବିତ ହୋଇଥିଲା`। ଏହି ଅଭିଯୋଗର ସତ୍ୟତା ଯାଞ୍ଚ ପାଇଁ ଗୃହମନ୍ତ୍ରୀ ରମେଶ ଚେନ୍ନିଥାଲା ସିଧାସଳଖ ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ବିସ୍ତୃତ ତଦନ୍ତ କରିବାକୁ କହିଛନ୍ତି । ତଦନ୍ତରେ ଯାହା ତଥ୍ୟ ସାମ୍ନାକୁ ଆସିବ, ସେହି ଆଧାରରେ ଉଚିତ ପଦକ୍ଷେପ ନିଆଯିବ ବୋଲି କେରଳ ଗୃହମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।

  • Related Posts

    ନବଗଠିତ ମିଡିଆ ସେଲ ସଂଯୋଜକଙ୍କୁ ନବୀନଙ୍କ ଗୁରୁମନ୍ତ୍ର

    ଭୁବନେଶ୍ବର: ନବଗଠିତ ମିଡିଆ ସେଲର ସଦସ୍ୟଙ୍କ ସହ ଆଲୋଚନା କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମିଡିଆ ସେଲର ମୁଖ୍ୟ ସଂଯୋଜକ, ସଂଯୋଜକ ଓ ସଭ୍ୟମାନଙ୍କ ସହିତ ଦଳର ଗଣମାଧ୍ୟମ କୌଶଳ ସମ୍ପର୍କରେ ଆଲୋଚନା କରିଛନ୍ତି ସେ । ବୈଦ୍ୟୁତିକ,…

    Continue reading
    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ