ରୁଷରେ ବ୍ୟାପିଲା ନ୍ୟୁମୋନିକ୍ ପ୍ଲେଗ୍

ମସ୍କୋ:ରୁଷିଆର ସାଇବେରିଆନ୍ ଅଞ୍ଚଳ ଇରକୁଟସ୍କରେ ନ୍ୟୁମୋନିକ୍ ପ୍ଲେଗ୍‌ରେ ଜଣେ ୨୮ ବର୍ଷୀୟା ମହିଳା ଲ୍ୟାବ୍ ଟେକ୍ନିସିଆନ୍‌ଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ପାଞ୍ଚଟି ହସ୍ପିଟାଲକୁ ବନ୍ଦ କରିଦିଆଯାଇଛି ଏବଂ ୨୦୦ ରୁ ଅଧିକ ଲୋକଙ୍କୁ କ୍ୱାରେଣ୍ଟାଇନ୍ କରାଯାଇଛି। ଏହି ମାମଲାଟି ଶେଲେଖଭରେ ଥିବା ଆଣ୍ଟି-ପ୍ଲେଗ୍ ରିସର୍ଚ୍ଚ ଇନଷ୍ଟିଚ୍ୟୁଟରେ ଘଟିଛି। ମୃତକଙ୍କ ନାମ ଡାରିଆ ସିପିଲୋଭା।ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଶିପିଲୋଭା ହସ୍ପିଟାଲର ଡାକ୍ତରୀ କର୍ମଚାରୀଙ୍କୁ କହିଥିଲେ ଯେ ପରୀକ୍ଷା ପାଇଁ ନମୁନା ସଂଗ୍ରହ କରିବା ସମୟରେ ସେ ଭୁଲ୍‌ବଶତଃ ଜୀବନ୍ତ ୟର୍ସିନିଆ ପେଷ୍ଟିସ୍ ବ୍ୟାକ୍ଟେରିଆ ଥିବା ଏକ ଟେଷ୍ଟ ଟ୍ୟୁବ୍ ଭାଙ୍ଗି ଦେଇଥିଲେ। ଏହି ସମୟରେ ସେ ନ୍ୟୁମୋନିକ୍ ପ୍ଲେଗ୍‌ରେ ଆକ୍ରାନ୍ତ ହୋଇଥିବା ସନ୍ଦେହ କରାଯାଉଛି।
ଡାରିଆ ସିପିଲୋଭାଙ୍କଠାରେ ସେପ୍ଟେମ୍ବର ୨୯ ତାରିଖରେ ଗୁରୁତର ନ୍ୟୁମୋନିକ୍ ପ୍ଲେଗ୍‌ର ଲକ୍ଷଣ ଦେଖାଦେଇଥିଲା। ତାଙ୍କୁ ଚିକିତ୍ସା ଲାଗି ଶେଲେଖଭରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ଅବସ୍ଥା ଆହୁରି ଖରାପ ହେବା ପରେ ତାଙ୍କୁ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିଲା। କିନ୍ତୁ ଚିକିତ୍ସା ସମୟରେ ତାଙ୍କର ଅକ୍ଟୋବର ୧-୨ ତାରିଖ ରାତିରେ ମୃତ୍ୟୁ ହୋଇଥିଲା। ଶିପିଲୋଭାଙ୍କ ସଂସ୍ପର୍ଶରେ ଆସିଥିବା ୨୦୦ ରୁ ଅଧିକ ଲୋକଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ପର୍ଯ୍ୟବେକ୍ଷଣ ଏବଂ କ୍ୱାରେଣ୍ଟାଇନ୍‌ରେ ରଖାଯାଇଛି। ସଂକ୍ରମଣ ବ୍ୟାପିବାକୁ ରୋକିବା ପାଇଁ ଇରକୁଟସ୍କ ଅଞ୍ଚଳରେ ଅନେକ ସାର୍ବଜନୀନ କାର୍ଯ୍ୟକ୍ରମକୁ ମଧ୍ୟ ବାତିଲ କରାଯାଇଛି।
ଇରକୁଟସ୍କ ଅଞ୍ଚଳର ରାଜ୍ୟପାଳ ଇଗୋର କୋବଜେଭ କହିଛନ୍ତି ଯେ, ଅଞ୍ଚଳରେ ଅତ୍ୟନ୍ତ ବିପଜ୍ଜନକ ସଂକ୍ରମଣର ଏକ ସନ୍ଦେହଜନକ ମାମଲା ଚିହ୍ନଟ ହୋଇଛି। ସେ ଲୋକମାନଙ୍କୁ ଶାନ୍ତ ରହିବାକୁ ଅପିଲ୍ କରିଛନ୍ତି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଶାସନର ଜଣେ ଅଧିକାରୀ ଆକ୍ସିଓସକୁ କହିଛନ୍ତି, ହ୍ୱାଇଟ୍ ହାଉସ୍ ଏହି ମାମଲା ଉପରେ କଡ଼ା ନଜର ରଖିଛି। ରୁଷିଆର ଜନସ୍ୱାସ୍ଥ୍ୟ ସଂସ୍ଥା କହିଛି ଅଞ୍ଚଳର ପରିସ୍ଥିତି ସ୍ଥିର ଅଛି।

  • Related Posts

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ଭାରତର ନିର୍ବାଚନ କମିସନର ଅନ୍ୟ ଦୁଇ ନିର୍ବାଚନ କମିସନରଙ୍କ ସମ୍ମତି ବିନା ଏକପାଖିଆ ନିଷ୍ପତ୍ତି ନେବାର ଅଭିଯୋଗରେ ମୁଖ୍ୟ ନିର୍ବାଚନ କମିସନର ଜ୍ଞାନେଶ କୁମାରଙ୍କୁ ନିଲମ୍ବିତ କରିବା ପାଇଁ ସୁପ୍ରିମକୋର୍ଟ ଏକ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ଜାରି କରିବାକୁ ମନା କରିଦେଇଛନ୍ତି। ଜ୍ଞାନେଶ…

    Continue reading
    ପାଇଲଟଙ୍କ ଟାର୍ଗେଟରେ ଥିଲା ବିମାନ ବନ୍ଦର

    ଫ୍ଲାଏ ଦୁବାଇ ବିମାନର ଭାରତୀୟ ପାଇଲଟ ସ୍ମିତ ମଚ୍ଛରଙ୍କୁ ନେଇ ସବୁଠି ଚର୍ଚ୍ଚା । ଛୁରା ମାଡ଼ ସତ୍ତ୍ୱେ ବି ହାରନମାନି ଶହ ଶହ ଯାତ୍ରୀଙ୍କ ଜୀବନ ବଞ୍ଚାଇବାକୁ ନେଇ ତାଙ୍କୁ ଦେଶ ବିଦେଶରୁ ତାଙ୍କର ସାହସୀକତା ପାଇଁ ଅନେକ ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ