ଚିଲିକା ମଝିରେ ଅଟକିଲା ଡଙ୍ଗା

କୃଷ୍ଣପ୍ରସାଦ:ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଏବଂ ୨୫ ମୋଟର ସାଇକେଲ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାତ୍ରା କରିଥିଲା। ତେବେ କିଛି ସମୟ ଯାତ୍ରା ପରେ ମଇଂସା ଗ୍ରାମ ନିକଟ ମଝି ଚିଲିକାରେ ଯାନ୍ତ୍ରିକ ତ୍ରୁଟି ଦେଖା ଦେଇଥିଲା। ତେବେ ଡଙ୍ଗାଟି ସେହିଠାରେ ଅଟକିଥିଲା। ଚିଲିକାରେ ଅଥଳ ପାଣି ସାଙ୍ଗକୁ ମାତ୍ରାଧିକ ଯାତ୍ରୀ ଥିବାରୁ ଯାତ୍ରୀମାନେ ଭୟଭୀତ ହୋଇ ହୋହଲ୍ଲା କରିଥିଲେ। ଅନ୍ୟ ଏକ ଡଙ୍ଗା ଆସି ଯାତ୍ରୀ ଏବଂ ମଟର ସାଇକେଲକୁ ଉଦ୍ଧାର କରି ସାତପଡା ନେଇଥିବା ଜଣାଯାଇଛି। ପ୍ରତିମାସରେ ଏହିଭଳି ଘଟଣା ଘଟୁଥିବା ଜଣାଯାଇଛି। ଡଙ୍ଗା ଚାଳକମାନେ ପଇସା ଲୋଭରେ ଅଧିକ ଯାତ୍ରୀ ନେଉଥିଲେ ମଧ୍ୟ ପ୍ରଶାସନ ନୀରବ ଦ୍ରଷ୍ଠା ସାଜିଛି। ପ୍ରତିଦିନ ଏହି ଚିଲିକାରେ ହଜାର ହଜାର ଯାତ୍ରୀ ଯାତାୟତ କରୁଥିବାବେଳେ ଯାତ୍ରୀଙ୍କ ସୁରକ୍ଷା ପାଇଁ ଏକ ସ୍ଥାୟୀ ବ୍ରିଜ଼ ନିର୍ମାଣ ଦାବି ହେଉଛି।

  • Related Posts

    ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି ମୋଦି

    ନୂଆଦିଲ୍ଲୀ: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ଏହାପରେ ଦୀର୍ଘ ରାଜନୈତିକ ଯାତ୍ରା ପରେ ୨୦୧୪ରେ…

    Continue reading
    ହାଇକୋର୍ଟ ଗଲେ ବିଦ୍ୟାଭାରତୀ

    କଟକ: ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ଆବେଦନ କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ନମିଳିବା ପରେ ସେ ଏହି ଆବେଦନ କରିଥିବା ଜଣାପଡ଼ିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ