ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ ପରେ ଆରବିଆଇ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।ଏହା ଫଳରେ ଗୃହ ଋଣ, ଯାନବାହନ ଋଣ ଏବଂ କର୍ପୋରେଟ୍ ଋଣକୁ ଅଧିକ ମହଙ୍ଗା ହେବା ସହ ପୂର୍ବରୁ ଋଣ ନେଇଥିବା ଲୋକଙ୍କ ଇଏମଆଇ ଉପରେ ସୁଧ ବି ବଢ଼ିବ ।
ସୀମାପୁରୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି
ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଏକ ଚାରିମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଗୁରୁବାର ଆଉ ଦୁଇଜଣଙ୍କ ଶବ ଉଦ୍ଧାର ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ନ ପ୍ରାୟ ୩:୩୦ ସମୟରେ ଘଟିଥିବା ଏହି…








