ବଢ଼ିଲା ଶ୍ରମିକଙ୍କ ଭତ୍ତା

ଭୁବନେଶ୍ୱର:ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ ଶ୍ରମ ଆୟୁକ୍ତ ଇନ୍ଦ୍ରମଣି ତ୍ରିପାଠୀ ଦର୍ଶାଇଛନ୍ତି, ସର୍ବନିମ୍ନ ମଜୁରି ଉପରେ ପ୍ରତ୍ୟେକ ଏପ୍ରିଲ ଓ ଅକ୍ଟୋବରରେ ମହଙ୍ଗା ଭତ୍ତାରେ ସଂଶୋଧନ କରାଯାଉଛି। ଚଳିତ ଅକ୍ଟୋବରରୁ ମହଙ୍ଗା ଭତ୍ତାରେ ଅତିରିକ୍ତ ଭାବେ ଦୈନିକ ୬ ଟଙ୍କା ବୃଦ୍ଧି କରାଯାଇଛି। ଅକ୍ଟୋବର ପହିଲାରୁ ମହଙ୍ଗା ଭତ୍ତା ସହିତ ଦୈନିକ ସର୍ବନିମ୍ନ ମଜୁରି ଅଣକୁଶଳୀ ଶ୍ରମିକ ତଥା କର୍ମଚାରୀଙ୍କ ପାଇଁ ୪୭୨ ଟଙ୍କା ପରିବର୍ତ୍ତେ ୪୭୮ ଟଙ୍କା ଧାର୍ଯ୍ୟ କରାଯାଇଛି। ଅର୍ଦ୍ଧକୁଶଳୀ ଶ୍ରମିକ ତଥା କର୍ମଚାରୀଙ୍କ ପାଇଁ ୫୨୨ ଟଙ୍କାରୁ ୫୨୮ ଟଙ୍କା, କୁଶଳୀ ଶ୍ରମିକଙ୍କ ପାଇଁ ୫୭୨ ଟଙ୍କାରୁ ୫୭୮ ଟଙ୍କା ଓ ଉଚ୍ଚକୁଶଳୀ ଶ୍ରମିକଙ୍କ ପାଇଁ ୬୨୨ ଟଙ୍କାରୁ ୬୨୮ ଟଙ୍କାକୁ ବୃଦ୍ଧି କରାଯାଇଛି ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ