ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।

ଏହି ଅବସରରେ ଓଡିଶା ବିଧାନସଭା ପରିସରରେ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ବିଧାନସଭା ପରିସରରେ ଥିବା ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବାଚସ୍ପତି ସୁରମା ପାଢ଼ୀ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ଏକାମ୍ର ବିଧାୟକ ବାବୁ ସିଂ, ପୂର୍ବତନ ବିଧାୟକ ପଦ୍ମଚରଣ ନାୟକ, ପ୍ରିୟଦର୍ଶୀ ମିଶ୍ର, ଅରବିନ୍ଦ ଢାଲି, ସୂଚନା ଓ ଲୋକସମ୍ପର୍କ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମା, ବିଭାଗୀୟ ନିର୍ଦେଶକ ସଞ୍ଜୟ କୁମାର ବିଶ୍ୱାଳ, ଉତ୍କଳ ସମ୍ମିଳନୀ କର୍ମକର୍ତ୍ତାଙ୍କ ସମେତ ଅନ୍ୟ ଅତିଥିବୃନ୍ଦ।
ରାଜ୍ୟ ବିଜେପି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ୟୁନିଟ୍ ୮ ସ୍ଥିତ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ