ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀଙ୍କ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ

ଦେବଗଡ଼:ଦେବଗଡ ଜିଲ୍ଲା ନୋଡାଲ ଅଧିକାରୀ ତଥା ରାଜ୍ୟ ଯୋଗାଣ ବିଭାଗର ଏମଡି କେ ସୁଦର୍ଶନ ଚକ୍ରବର୍ତ୍ତୀ ୨ ଦିନିଆ ଦେବଗଡ ଗସ୍ତରେ ଆସି ଆଜି ପୌରାଚଂଳ,ତିଲେଇବଣି ଏବଂ ବାରକୋଟ ବ୍ଲକର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଶ୍ରୀ ଚକ୍ରବର୍ତ୍ତୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ପ୍ରଧାନପାଟ,ପୁରୁଣା ଜିଲ୍ଲାପାଳଙ୍କ କାର୍ଯାଳୟ,ତିଲେଇବଣି ବ୍ଲକର ବୁକାବେ‌ଡାରେ ଥିବା ଦକ୍ଷତା ବିକାଶ କେନ୍ଦ୍ର,ଓଡ଼ିଶା ରାଜ୍ୟ ନିଗମ ଚାଉଳ ଡିପ,ଦୁଧିଆନାଳି ପଞ୍ଚାୟତ,ଦୁଧିଆନାଳି ବିଦ୍ୟାଳୟ ଓ ଛାତ୍ର ନିବାସ କାର୍ଯ୍ୟାଳୟ,ବେକରି ୟୁନିଟ୍ ଦୁଧିଆନାଳି,ଜାମୁନାଳି ଖେଳ ପଡ଼ିଆ,ଗୋହିରା ଡ୍ୟାମ ପାର୍କ,ଶବରପାଲି କାର୍ ପେଣ୍ଟରି ୟୁନିଟ୍ କୈଳାସ ରେ ରୁଦ୍ରମଣି ଦେହୁରିଙ୍କ ପିଜୁଳି ଗଛ ଲଗାଣ ଫାର୍ମ,ପୁରୁଣାପାଣି ଗ୍ରାମରେ ଥିବା ପିଭିଟିଜିର ବିଭିନ୍ନ ପ୍ରକଳ୍ପ ଓ ୟୁନିଟ ପରିଦର୍ଶନ କରିଥିଲେ। ଏଥିରେ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ରାଜେନ୍ଦ୍ର ମିଞ୍ଜ,ଜିଲ୍ଲାପରିଷଦ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦିଲୀପ ପ୍ରଧାନ,ତିଳେଇବଣି ବିଡିଓ ପ୍ରିୟଦର୍ଶନୀ ମିର୍ଦ୍ଧା,ଜିଲ୍ଲା ଯୋଗଣ ଅଧିକାରୀ କିଶୋର ଚନ୍ଦ୍ର ମହାରଣା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀନିବାସ ଜାନି,ଓଏଲଏମ ଡିପିଏମ ଶିଶିର ଷଡଙ୍ଗୀଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ