ନାଗ ସହ ରିଲ୍ସ, ଗଲା ଜୀବନ

ପୁରୀ: ବିଷାକ୍ତ ସାପକୁ ସହଜରେ କାବୁ କରିନେଉଥିଲେ । ଯାହା ଘରେ ସାପ ପଶୁଥିଲା ସେଠାରେ ପହଞ୍ଚି ଧରୁଥିଲେ । ସାପ ସହ ରିଲ୍ସ କରୁଥିଲେ । ସାପ ସହ ଖେଳୁଥିବାରୁ ଦୃଶ୍ୟର ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ୍‌ କରୁଥିବା ସାପ ଧରାଳିଙ୍କର ଶୁକ୍ରବାର ନାଗ ସାପ ଦଂଶନରେ ମୃତ୍ୟୁ ହୋଇଛି । ମୃତକ ହେଲେ ସଦରଥାନା ଅଧୀନ କଣ୍ଠପୁର ଗ୍ରାମର ତପନକୁମାର ପ୍ରଧାନ(୨୮) । ତପନଙ୍କ ମୃତ ଶରୀରକୁ ଜିଲ୍ଲା ମୁଖ୍ୟଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ରଖାଯାଇଛି । ଶନିବାର ବ୍ୟବଚ୍ଛେଦ ପରେ ପରିବାର ସଦସ୍ୟକୁ ଶବ ହସ୍ତାନ୍ତର କରାଯିବ ବୋଲି ପୁଲିସ ସୂତ୍ରରୁ ଜଣାପଡିଛି ।
ସମ୍ପର୍କୀୟଙ୍କ କହିବାନୁଯାୟୀ, ଶୁକ୍ରବାର ଅପରାହ୍ଣ ୨ଟା । ନିଜ ଘର ବାରଣ୍ଡାରେ ଏକ ନାଗ ସାପ ସହ ରିଲ୍‌ସ କରିବା ସହ ଫଟୋ ଉତ୍ତୋଳନ କରୁଥିଲେ ତପନ । ଏହି ସମୟରେ ନାଗ ସାପଟି ପ୍ରଥମେ ଡାହାଣ ହାତର ଆଙ୍ଗୁଠିକୁ କାମୁଡ଼ିଥିଲା । ପରେ ପରେ କହୁଣୀ ଓ ବାହୁକୁ ସାପ ଚୋଟ ପକାଇଥିଲା । ତପନ ଏକ ଘରୋଇ ଚିକିତ୍ସାଳୟରେ ଭତ୍ତି ର୍ ହୋଇଥିଲେ । ସେଠାରେ ସେମାନେ ଗୋଟିଏ ଇଞ୍ଜେକ୍‌ସନ୍‌ ଦେଇଥିଲେ । ୧୦ମିନିଟ୍‌ ପରେ ଆଉ ଏକ ଇଞ୍ଜେକସନ୍‌ ଦେବାକୁ ଡାକ୍ତର ତପନକୁ ପରାମର୍ଶ ଦେଇଥିଲେ । କିନ୍ତୁ ତପନ ଇଞ୍ଜେକସନ୍‌ ନନେଇ ଘରକୁ ଫେରି ଆସିଥିଲେ । ଅପରାହ୍ଣରେ ତପନଙ୍କ ଶରୀର ଅସୁସ୍ଥ ହୋଇପଡ଼ିଥିଲା । ପରିବାର ଲୋକେ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭତ୍ତି ର୍ କରିଥିଲେ । ଡାକ୍ତର ତପନକୁ ମୃତ ଘୋଷଣା କରିଥିଲେ । ସୂଚନାଯୋଗ୍ୟ, ତପନ ତାଙ୍କ ଜୀବନରେ ଶତାଧିକ ସାପକୁ ଧରିଛନ୍ତି ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ