ଆଜି ଆଣ୍ଡାମାନ ସାଗରରେ ପହଞ୍ଚିବ ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଥାଇଲାଣ୍ଡ ଉପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ଶନିବାର ମାଲାକ୍କା ସମୁଦ୍ର ସନ୍ଧି ପ୍ରଣାଳୀ ଉପରେ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପି ରହିଛି। ଆଜି ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ଅଞ୍ଚଳରେ ପହଞ୍ଚିବ। ଆସନ୍ତା ୧୩ ତାରିଖ ବେଳକୁ ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିନ୍ତୁ ସମ୍ଭାବ୍ୟ ଲଘୁଚାପ କେତେ ଦୂର ଘନୀଭୂତ ହେବ, କେତେ ଶକ୍ତିଶାଳୀ ରହିବ ଏବଂ କେଉଁ ଆଡ଼କୁ ମୁହଁାଇବ, ତାହାର ଚିତ୍ର ସ୍ପଷ୍ଟ କରିନି ପାଣିପାଗ ବିଭାଗ। ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା ପରେ ଏ ସମସ୍ତ ଦିଗ ଉପରେ ସ୍ପଷ୍ଟ ଆକଳନ କରାଯାଇପାରିବ ବୋଲି ବିଭାଗ କହିଛି।

ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ବୁଲେଟିନ୍ ଅନୁସାରେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଏହି ସବୁ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ସମ୍ଭାବ୍ୟ ସିଷ୍ଟମ ପ୍ରଭାବରେ ଉପକୂଳ ଜିଲାଗୁଡ଼ିକରେ ୧୩ରୁ ୧୫ତାରିଖ ମଧ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ୧୬ ତାରିଖ ବେଳକୁ ବର୍ଷା ପରିମାଣ କମିବା ସହ ପାଗ ଶୁଖିଲା ରହିପାରେ।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ବଡ଼ଧରଣର ବର୍ଷା ସମ୍ଭାବନା ନାହିଁ। ଅନ୍ୟପଟେ, ବିଦେଶୀ ପାଣିପାଗ ମଡେଲଗୁଡ଼ିକର ସମ୍ଭାବ୍ୟ ବାତ୍ୟା ଆକଳନକୁ ଏବେଠାରୁ ବିଶ୍ୱାସ କରିବା ଠିକ୍‌ ହେବନାହିଁ। ଏକାଧିକ ପାଣିପାଗ ମଡେଲ୍‌ର ଆକଳନ ମଧ୍ୟରେ ସମାନତା ନ ଥିବାରୁ ବର୍ତ୍ତମାନ ସ୍ଥିତିରେ ବାତ୍ୟା ସୃଷ୍ଟି ନେଇ କୌଣସି ସ୍ପଷ୍ଟ ଆଶଙ୍କା ନାହିଁ। ପାଣିପାଗର ପରିବର୍ତ୍ତିତ ସ୍ଥିତି ଉପରେ ନଜର ରଖାଯାଇଥିବା ସେ କହିଛନ୍ତି।

  • Related Posts

    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading
    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ