ମୋଦି ସରକାର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି:ରାହୁଲ

‘ଆମେ ଜାଣିଛୁ, ଭୋଟ ଚୋରି ନେଇ ହେଉଥିବା ଆନ୍ଦୋଳନ ଯୋଗୁ ଆପଣ ରାତିରେ ଶୋଇ ପାରୁ ନାହାନ୍ତି। କିନ୍ତୁ ଆମେ ଆପଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ଏହି ଆନ୍ଦୋଳନ ଆପଣଙ୍କ ଇସ୍ତଫାକୁ ସୁନିଶ୍ଚିତ କରିବ।’ ଆଜି ଏଭଳି କିଛି କହି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧି।ସେ ଅଭିଯୋଗ କରିଛନ୍ତି ଯେ ନରେନ୍ଦ୍ର ମୋଦି ସରକାର ମୁଖ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି। ଦିଲ୍ଲୀରେ ଯେଉଁ ଭଳି ଭାବେ ପୁଲିସ ମୁତୟନ କରାଯାଇଛି, ସେଥିରୁ ଏହା ପ୍ରମାଣିତ ହୋଇଛି ଯେ ସରକାର ତାଙ୍କୁ ସୁରକ୍ଷା ଦେଉଛନ୍ତି।
ରାହୁଲ କହିଛନ୍ତି, ଆମ ରଣନୀତି ପୂରା ଭିନ୍ନ। ଆମେ ଚାହୁଁଛୁ ପୁଲିସ ଅର୍ଡର ରହୁ। ଆମେ ଚାହୁଁଛୁ, ପୂରା ଦେଶ ଜାଣୁ ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସିଇସି ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି। ଆମେ ଚାହୁଁ ରାସ୍ତାରେ ୨୦ ରୁ ୩୦ ହଜାର ସୁରକ୍ଷାକର୍ମୀ ମୁତୟନ ହୋଇ ରୁହନ୍ତୁ। ଆଉ ସେମାନେ ସେଭଳି ବାର୍ତ୍ତା ଦେଉଛନ୍ତ।
ଗତ ୧୦/୧୨ ବର୍ଷ ହେଲାଣି ନିର୍ବାଚନ କମିଶନଙ୍କୁ ବିରୋଧ ହୋଇ ଆସୁଥିଲା। କିନ୍ତୁ ଏବେ ଏହା ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହା ସହିତ କାହିଁକି ଦିଲ୍ଲୀରେ ଲୋକଙ୍କୁ ଆନ୍ଦୋଳନ କରିବାକୁ ଦିଆଯାଉ ନାହିଁ ବୋଲି ପ୍ରଶ୍ନ କରିଛନ୍ତି ରାହୁଲ। ଆଗକୁ ଏ ଆନ୍ଦୋଳନ ଜାରି ରହିବ ବୋଲି ସେ କହିଛନ୍ତି।

  • Related Posts

    ଏବିଭିପିର ବଡ଼ ସଫଳତା, ୬୦ ମହାବିଦ୍ୟାଳୟର ୨୫୨ ପଦବୀରେ ନିର୍ଦ୍ୱନ୍ଦ୍ୱରେ ବିଜୟ

    ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବା ଏବିଭିପି ଏକ ବଡ଼ ସଫଳତା ହାସଲ କରିଛି । ରାଜ୍ୟର ୬୦ଟି ମହାବିଦ୍ୟାଳୟରେ ଏବିଭିପିର ପ୍ରାର୍ଥୀମାନେ ୨୫୨ଟି ପଦବୀରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।…

    Continue reading
    ପ୍ରାକ୍ ନିର୍ବାଚନୀ ହିଂସା, ଉତ୍କଳ ବିଶ୍ୱବିଦ୍ୟାଳୟ ଅଶାନ୍ତ

    ଭୁବନେଶ୍ବର: ପ୍ରାକ୍ ନିର୍ବାଚନୀ ହିଂସାରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଅଶାନ୍ତ । ବାଣୀବିହାରରେ ବୋମା ଆତଙ୍କ। ଉତ୍କଳ ବିଶ୍ୱବିଦ୍ୟାଳୟର ଗୋପବନ୍ଧୁ ଛାତ୍ରାବାସ ନିକଟରେ ବୋମାମାଡ଼ ଅଭିଯୋଗ ହୋଇଛି। ଏହି ଅଞ୍ଚଳରେ ପ୍ରବଳ ଶବ୍ଦ ଶୁଣିବାକୁ ମିଳିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ତେବେ ଏହା ବୋମାମାଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ